Posted inଖେଳ

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଫିଫା ବିଶ୍ୱକପ୍‌ ଉଦ୍‌ଘାଟିତ

ଦୋହା,୨୦।୧୧: ଫିଫା ବିଶ୍ୱକପ୍‌ର ୨୨ତମ ସଂସ୍କରଣ ରବିବାର ଉଦ୍‌ଘାଟିତ ହୋଇଛି। ମ୍ୟାଚ ପୂର୍ବରୁ ଟୁର୍ନାମେଣ୍ଟର ଉଦଘାଟନୀ ସମାରୋହ କତାରର ଅଲ ବାଇଡ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। ଏହି ରଙ୍ଗୀନ ଇଭେଣ୍ଟରେ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ନିଜ ଜଲଓ୍ବା ଦେଖାଇଛନ୍ତି। ଏହା ବ୍ୟତୀତ କୋରିଆର ରକ ବ୍ୟାଣ୍ଡ ବିଟିଏସ ମଧ୍ୟ ନିଜ ଧୂନ୍‌ରେ ଦର୍ଶକଙ୍କୁ ମତୁଆଲା କରିଛନ୍ତି।
ଉଦଘାଟନୀ ସମାରୋହରେ ଆମେରିକୀୟ ଅଭିନେତା ମୋର୍ଗାନ ଫ୍ରିମାନ ମଧ୍ୟ ଯୋଗ ଦେଇଥିଲେ। ମାସ୍କଟ ‘ଲାଇବ’ ଦକ୍ଷିଣ କୋରିଆ ବ୍ୟାଣ୍ଡର ଜଙ୍ଗକୁକ ଏବଂ ଗାୟକ ଫାହାଦ ଅଲ କୁବାସିଙ୍କୁ ସ୍ବାଗତ କରିଥିଲା।
ଫିଫା ବିଶ୍ୱକପ ୨୦୨୨ର ପ୍ରଥମ ମ୍ୟାଚ ଆୟୋଜକ କାତାର ଏବଂ ଇକେ୍ୟୁଡର ମଧ୍ୟରେ ଖେଳାଯିବ। ଏହି ସମଗ୍ର ଟୁର୍ନାମେଣ୍ଟରେ ମୋଟ ୩୨ଟି ଦଳ ଅଂଶଗ୍ରହଣ କରୁଛନ୍ତି। ଏଥିରେ ମୋଟ ୬୪ଟି ମ୍ୟାଚ ଖେଳାଯିବ। ଲିଗ ପର୍ଯ୍ୟାୟ ପରେ ୧୬ଟି ଦଳ ନକଆଉଟ ପର୍ଯ୍ୟାୟରେ ସ୍ଥାନ ପାଇବେ। ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ୧୮ ଡିସେମ୍ବରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri