Posted inଖେଳ

ଫିଫା ବିଶ୍ୱକପ୍‌: ପ୍ରଥମେ ମହିଳା ଦଳ ଯୋଗ୍ୟତା ହାସଲ କରିବ

ମୁମ୍ବାଇ, ୨ା୧୨ (ପି.ଟି.)-ପୁରୁଷ ଦଳ ଅପେକ୍ଷା ଜାତୀୟ ମହିଳା ଦଳ ପ୍ରଥମେ ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ କରିବ ବୋଲି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସଭାପତି ପ୍ରଫୁଲ ପଟେଲ କହିଛନ୍ତି। ମହିଳା ଦଳ ୨୦୨୭ ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ କରିବ ବୋଲି ଏଆଇଏଫ୍‌ଏଫ୍‌ ଆଶା କରୁଥିବା ପଟେଲ କହିଛନ୍ତି। ପଟେଲଙ୍କ କଥାକୁ ସମର୍ଥନ ଜଣାଇ ୨୦୨୭ ବିଶ୍ୱକପ୍‌ ପାଇଁ ମହିଳା ଦଳ କିପରି ଯୋଗ୍ୟତା ହାସଲ କରିପାରିବ ସେ ନେଇ ଏକ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବା ଲାଗି କ୍ରୀଡ଼ା ମନ୍ତ୍ରଣାଳୟ ଏଆଇଏଫ୍‌ଏକୁ କହିଥିବା ସେ ସୂଚନା ଦେଇଛନ୍ତି। ଫିଫା ର଼୍ୟାଙ୍କିଙ୍ଗରେ ପୁରୁଷ ଦଳ ତୁଳନାରେ ମହିଳା ଦଳ ଭଲ ସ୍ଥାନରେ ରହିଛି। କିନ୍ତୁ ପୁରୁଷ ତୁଳନାରେ ମହିଳା ଫୁଟ୍‌ବଲ ଦଳ ପ୍ରତି ସେତେଟା ଧ୍ୟାନ ଦିଆଯାଉନାହିଁ। ୧୭ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଦଳର ସଦସ୍ୟ ଏବଂ କ୍ରୀଡ଼ା ମନ୍ତ୍ରୀ କିରନ ରିଜିଜୁଙ୍କ ସହିତ ଏକ ଭର୍ଚୁଆଲ କଥାବାର୍ତ୍ତାବେଳେ ପଟେଲ ଏକଥା କହିଛନ୍ତି। ଏହି ପିଲାମାନେ କ୍ରମେ ଉନ୍ନତି କରିପାରିଲେ ମହିଳା ଦଳ ପୁରୁଷଙ୍କଠାରୁ ଆଗୁଆ ୨୦୨୭ ସଂସ୍କରଣରେ ଭାଗ ନେବେ ବୋଲି ପଟେଲ ଆଶା ପ୍ରକାଶ କରି କହିଛନ୍ତି। ଫିଫା ର଼୍ୟାଙ୍କିଙ୍ଗରେ ମହିଳା ଦଳ ୧୫୯ ଦେଶ ମଧ୍ୟରେ ୫୫ତମ ସ୍ଥାନରେ ରହିଥିବାବେଳେ ପୁରୁଷ ଦଳ ୨୧୦ ଦେଶ ମଧ୍ୟରେ ୧୦୪ତମ ସ୍ଥାନରେ ରହିଛି। ରିଜିଜୁ ମଧ୍ୟ ସମାନ କଥା କହିଥିଲେ। ନିକଟ ଭବିଷ୍ୟତରେ ଭାରତ ମହିଳା ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ କରିବ। ଏନେଇ ତାଙ୍କର ଦୃଢ ବିଶ୍ୱାସ ରହିଥିବା ରିଜିଜୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri