Posted inଖେଳ

ଫିଫା ବିଶ୍ୱକପ୍‌: କାତାରରେ ଯୋଗ୍ୟତା ପର୍ଯ୍ୟାୟ ଖେଳିବ ଭାରତ

ନୂଆଦିଲ୍ଲୀ,୧୩ା୩ (ପି.ଟି.)-ଭାରତ ଏହାର ଅବଶିଷ୍ଟ ୩ଟି ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ କାତାରରେ ଖେଳିବ। କରୋନା ଭାଇରସ୍‌ଜନିତ ଗସ୍ତ ଓ କ୍ୱାରାଣ୍ଟାଇନ୍‌ କଟକଣା ଯୋଗୁ ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ମ୍ୟାଚଗୁଡ଼ିକ ନିର୍ଦ୍ଦିଷ୍ଟ ଭେନ୍ୟୁରେ ଆୟୋଜନ କରିବା ଲାଗି ନିଷ୍ପତ୍ତି ନେଇଛି। ମୂଳ କାର୍ଯ୍ୟସୂଚୀ ଅନୁସାରେ କାତାର ବିପକ୍ଷରେ ଭାରତୀୟ ଦଳ ନିଜ ଦେଶରେ, ବାଂଲାଦେଶ ବିପକ୍ଷରେ ଦେଶ ବାହାରେ ଏବଂ ଆଫଗାନିସ୍ତାନ ବିପକ୍ଷରେ ନିଜ ଦେଶରେ ଖେଳିଥାନ୍ତା। ମାତ୍ର ବିଶ୍ୱରେ କରୋନାଜନିତ ସମସ୍ୟା ଯୋଗୁ କାର୍ଯ୍ୟସୂଚୀରେ ବ୍ୟାପକ ପରିବର୍ତ୍ତନ କରାଯାଇଛି। ଫିଫା ବିଶ୍ୱକପ୍‌ ୨୦୨୧ ଆୟୋଜକ କାତାର ଗ୍ରୁପ୍‌ ଇ’ ପ୍ରତିପକ୍ଷ ଓମାନ, ଆଫଗାନିସ୍ତାନ, ଭାରତ ଏବଂ ଜାପାନ ସହ ବାଂଲାଦେଶ ବିପକ୍ଷ ମ୍ୟାଚ ଆୟୋଜନ କରିବ। ଏହାଛଡ଼ା କିରଗିଜ ରିପବ୍ଲିକ, ତାଜିକସ୍ତାନ, ମ୍ୟାନ୍‌ମାର ଓ ମଙ୍ଗୋଲିଆକୁ ନେଇ ଗ୍ରୁପ୍‌ ଏଫ୍‌’ର ମ୍ୟାଚଗୁଡ଼ିକ ମଧ୍ୟ ଆୟୋଜନ କରିବ ବୋଲି ଶୁକ୍ରବାର ଏଏଫ୍‌ସି ପକ୍ଷରୁ ଏକ ପ୍ରେସ୍‌ ଇସ୍ତାହାରରେ ପ୍ରକାଶ ପାଇଛି। ଫିଫା ବିଶ୍ୱକପ୍‌ କାତାର ୨୦୨୨ ଏବଂ ଏଏଫ୍‌ସି ଏସିଆନ କପ୍‌ ଚାଇନା ୨୦୨୩ ପାଇଁ ଏସିଆନ କ୍ୱାଲିଫାୟର୍ସ ମ୍ୟାଚଗୁଡ଼ିକ ଚଳିତବର୍ଷ ମେ’ ୩୧ରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?