Posted inଖେଳ

ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: ଭାରତ-କାତାର ମ୍ୟାଚ ୨୦୨୧କୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୧୩।୮- ୨୦୨୨ ଫିଫା ବିଶ୍ୱକପର ଏସିଆନ କ୍ୱାଲିଫାଇଂ ମ୍ୟାଚ ଗୁଡ଼ିକ ୨୦୨୧କୁ ଘୁଞ୍ଚାଇ ଦିଆ ଯାଇଛି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଆନ ଫୁଟବଲ କନ୍‌ଫେଡେରେଶନ (ଏଏଫସି) ଫିଫା ବିଶ୍ୱକପ ଏବଂ ୨୦୨୩ ଏସିଆନ କପ୍‌ର ଅକ୍ଟୋବର ଓ ନଭେମ୍ବରରେ ହେବାକୁଥିବା ମ୍ୟାଚ ଗୁଡ଼ିକୁ ସ୍ଥଗିତ ରଖିଛି। ଫଳରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅକ୍ଟୋବର ୮ରେ ହେବାକୁଥିବା ଭାରତ-କାତାର ମ୍ୟାଚ ମଧ୍ୟ ସ୍ଥଗିତ ରହିଛି। ଏଥିସହ ଚଳିତ ବର୍ଷ ଭାରତୀୟ ଫୁଟବଲ ଦଳ ଆଉ କୌଣସି ମ୍ୟାଚ ନ ଖେଳିବା ସ୍ପଷ୍ଟ ହୋଇ ଯାଇଛି। ଶେଷଥରପାଇଁ ଭାରତ ଗତବର୍ଷ ନଭେମ୍ବରରେ ମସ୍କଟଠାରେ ଓମାନ ବିପକ୍ଷରେ କ୍ୱାଲିଫାଇଂ ମ୍ୟାଚ ଖେଳି ୦-୧ ଗୋଲରେ ପରାସ୍ତ ହୋଇଥିଲା।
ଭାରତ ବିଶ୍ୱକପ ଯୋଗ୍ୟତା ହାସଲ ଦୌଡ଼ରୁ ବାଦ୍‌ ପଡ଼ିଥିଲେ ହେଁ ୨୦୨୩ ଏସିଆନ କପ୍‌ ଆଶା ଉଜ୍ଜୀବିତ ରଖିଛି। ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ଏହାର ପରବର୍ତ୍ତୀ ମ୍ୟାଚ ଗୁଡ଼ିକରେ କାତାର, ଆଫଗାନିସ୍ତାନ ଓ ବାଂଲାଦେଶ ବିପକ୍ଷରେ ମ୍ୟାଚ ଖେଳିବାର ଅଛି। ନିଜ ଗ୍ରୁପ୍‌ରେ ଭାରତ ତୃତୀୟ ସ୍ଥାନ ହାସଲ କରିପାରିଲେ ସିଧାସଳଖ ୨୦୨୩ ଏସିଆନ କପ୍‌ ତୃତୀୟ ରାଉଣ୍ଡ କ୍ୱାଲିଫାୟର୍ସ ପାଇଁ ଯୋଗ୍ୟତା ଅର୍ଜନ କରିବ। ”ଅନେକ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଫିଫା ଏବଂ ଏସିଆନ ଫୁଟବଲ କନ୍‌ଫେଡେରେଶନ ଯୁଗ୍ମଭାବେ ଚଳିତ ବର୍ଷ ଅକ୍ଟୋବର ଓ ନଭେମ୍ବରରେ ହେବାକୁଥିବା ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଗୁଡ଼ିକ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ୨୦୨୧ରେ ଏହି ମ୍ୟାଚ ଗୁଡ଼ିକର ପରବର୍ତ୍ତୀ କାର୍ଯ୍ୟସୂଚୀ ପ୍ରକାଶ ପାଇବ“ ବୋଲି ଫିଫା ଏବଂ ଏଏଫସି ପକ୍ଷରୁ ଏକ ଯୁଗ୍ମ ବିବୃତ୍ତିରେ ପ୍ରକାଶ କରାଯାଇଛି। ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟରେ ଭାରତ ୫ଟି ମ୍ୟାଚ ଖେଳି ୩ ପଏଣ୍ଟ ସହିତ ଗ୍ରୁପ୍‌ ‘ଇ’ର ୪ର୍ଥ ସ୍ଥାନରେ ରହିଛି। କାତାର ୧୩ ପଏଣ୍ଟ ସହିତ ଶୀର୍ଷସ୍ଥାନ ଅଧିକାର କରିଛି। ୮ଟି ଗ୍ରୁପ୍‌ ବିଜେତା ଏବଂ ଶ୍ରେଷ୍ଠ ୪ ରନର୍ସଅପ୍‌ ଦଳ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri