Posted inଖେଳ

ଖେଳପ୍ରେମୀଙ୍କ ପାଇଁ ଫିଫାର ବଡ଼ ସୂଚନା

ଫ୍ଲୋରିଡ଼ା,୧୫ା୧: ଚଳିତ ବର୍ଷ ହେବାକୁଥିବା ପୁରୁଷ ଫୁଟ୍‌ବଲ ବିଶ୍ୱକପ୍‌ ପାଇଁ ୫୦୦ ନିୟୁତରୁ ଊର୍ଦ୍ଧ୍ୱ ଟିକେଟ ଲାଗି ଅନୁରୋଧ ଆସିଥିବା ଫିଫା ବୁଧବାର ପ୍ରକାଶ କରିଛି। ଫୁଟ୍‌ବଲର ଗଭର୍ନିଂବଡ଼ି କହିଛି ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ), ମେକ୍ସିକୋ ଓ କାନାଡା ବାହାରେ ଜର୍ମାନୀ, ଇଂଲଣ୍ଡ, ବ୍ରାଜିଲ, ସ୍ପେନ, ପର୍ତ୍ତୁଗାଲ, ଆର୍ଜେଣ୍ଟିନା ଓ କଲମ୍ବିଆରେ ବାସ କରୁଥିବା ଖେଳପ୍ରେମୀଙ୍କ ତରଫରୁ ଅଧିକ ଅନୁରୋଧ ଆସିଛି।

ଫିଫା ଟିକେଟ ପିଛା ୮, ୬୮୦ ଡଲାର ପାଇଁ କହିଥିଲା। ମାତ୍ର ସମାଲୋଚନା ପରେ ଫିଫା ଗତ ମାସରେ କହିଥିଲା ଯେ, ଏହି ଟୁର୍ନାମେଣ୍ଟରେ ୪୮ଟି ଜାତୀୟ ମହାସଂଘ ଲାଗି ପ୍ରତି ମ୍ୟାଚ ପିଛା ଟିକେଟର ମୂଲ୍ୟ ୬୦ ଡଲାର ଧାର୍ଯ୍ୟ କରିଛି। ଟିକେଟଗୁଡ଼ିକ କିପରି ବଣ୍ଟନ କରାଯିବ ତାହା ମହାସଂଘଗୁଡ଼ିକ ସ୍ଥିର କରିବେ।

ତୃତୀୟ ପର୍ଯ୍ୟାୟ ବିକ୍ରି ଗତ ଡିସେମ୍ବର ୧୧ରୁ ମଙ୍ଗଳବାର ପର୍ଯ୍ୟନ୍ତ ହୋଇଥିଲା। ଏଥିରେ ଫ୍ଲୋରିଡ଼ାର ମାୟାମି ଗାର୍ଡେନ୍ସଠାରେ ଜୁନ୍‌ ୨୭ରେ ଖେଳାଯିବାକୁଥିବା କଲମ୍ବିଆ ବନାମ ପର୍ତ୍ତୁଗାଲ ମ୍ୟାଚର ଚାହିଦା ସବୁଠାରୁ ଅଧିକ ରହିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri