ବିଶ୍ୱାସରେ ବିଷ ଦେଇ ନେଇଗଲେ ୧୫ ଶହ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ମେଡିକାଲରେ ଦଲାଲମାନେ ଏବେ ମଧ୍ୟ ସକ୍ରିୟ ଅଛନ୍ତି। ରୋଗୀ ଓ ସମ୍ପର୍କୀୟଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କଠାରୁ ହଜାର ହଜାର ଟଙ୍କା ଠକି ନେଉଛନ୍ତି। ସୋମବାର ସକାଳେ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କ ବିଶ୍ୱାସରେ ଏପରି ବିଷ ଦେଇ ଜଣେ ଦଲାଲ ୧୫ ଶହ ଟଙ୍କା ନେଇ ଗାଏବ ହୋଇଯିବା ଚର୍ଚ୍ଚାର ବିଷୟ ହୋଇଛି।
ପ୍ରକାଶ ଯେ, ବନ୍ତଳା ଖିଣ୍ଡା ନିକଟବର୍ତ୍ତୀ ମହୀଧରପଡା ଗାଁର ପ୍ରଭାକର ବେହେରା ଗୁରୁତର ଅସୁସ୍ଥ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ରକ୍ତ ଆବଶ୍ୟକ ପଡ଼ିବାରୁ ପୁଅ ପ୍ରକାଶ ଓ ସ୍ତ୍ରୀ ଝଟକା ରକ୍ତ ସଂଗ୍ରହ ପାଇଁ ଉଦ୍ୟମ କରୁଥିଲେ। ଏହି ଖବର ଦଲାଲଙ୍କ ନିକଟରେ ପହଞ୍ଚିବା ପରେ ସେ ପ୍ରଭାକରଙ୍କ ପୁଅଙ୍କୁ ଭେଟି ନିଜେ ବନ୍ତଳା ଅଞ୍ଚଳର ବୋଲି ପରିଚୟ ଦେଇଥିଲେ। ଏଥିସହ ଗୋଟିଏ ଅଞ୍ଚଳର ଲୋକ ହୋଇଥିବାରୁ ସୁବିଧାରେ ରକ୍ତ ସଂଗ୍ରହ କରାଇଦେବେ ବୋଲି କହି ବିଶ୍ୱାସ ଜନ୍ମାଇଥିଲେ। ଏପରି କି ବ୍ଲଡ ସାମ୍ପୁଲ୍‌କୁ ନିଜେ ନେଇ ବ୍ଲଡ ବ୍ୟାଙ୍କକୁ ଯାଇଥିଲେ। ଏହାପରେ ସମ୍ପୃକ୍ତ ଦଲାଲ କିଛି ଔଷଧ କିଣିବା ପାଇଁ ୧୫ ଶହ ଟଙ୍କା ଆବଶ୍ୟକ ବୋଲି ପ୍ରକାଶଙ୍କୁ କହିବା ସହ ୧୦ ମିନିଟ ଭିତରେ ଫେରାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ରକ୍ତ ସଂଗ୍ରହରେ ସହାୟତା ଆଶାରେ ପ୍ରକାଶ ମଧ୍ୟ ତାଙ୍କୁ ଟଙ୍କା ଦେଇଦେଇଥିଲେ। ହେଲେ ଟଙ୍କା ପାଇବା ପରେ ଦଲାଲ ଜଣକ ସେଠାରୁ ତତ୍‌କ୍ଷଣାତ ଚମ୍ପଟ୍‌ ମାରିଥିଲେ। ଦୀର୍ଘ ଘଣ୍ଟାଏ ଧରି ଅପେକ୍ଷା ପରେ ପ୍ରକାଶ ଠକାମିର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri