ଚଳିତ ବର୍ଷ ନିଲାମ ହେବ ୧୫ ଖଣି

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍‌ ଷ୍ଟୋନ୍‌ ଓ ଡୋଲାମାଇଟ ଖଣି ଏବଂ ଭାଞ୍ଜିକୁସୁମ ମାଙ୍ଗାନିଜ୍‌ ବ୍ଲକ, କେନ୍ଦୁଝରର ଲାଉପଡ଼ା ଲୁହାପଥର ଖଣି ଓ ନୂଆଗାଁ ଓ୍ବେଷ୍ଟ ଲୁହାପଥର, ସୁନ୍ଦରଗଡ଼ର ଆଲାଘାଟ ଓ୍ବେଷ୍ଟ ଲୁହାପଥର ଖଣି, କେନ୍ଦୁଝର ଓ ସୁନ୍ଦରଗଡ଼ର ଗାନ୍ଧଲପଡା ଓ୍ବେଷ୍ଟ ଲୁହାପଥର, ମୟୂରଭଞ୍ଜର ଦୁଧିସାଶୋଇ ଇଷ୍ଟ କପର ବ୍ଲକ, କୋରାପୁଟର ବାଲାଡ ବକ୍ସାଇଟ ବ୍ଲକ, କୋରାପୁଟର କୁଟିଙ୍ଗା ମାଙ୍ଗାନିଜ ବ୍ଲକ, ରାୟଗଡ଼ାର ନୁନାପାଇମାଳି ବକ୍ସାଇଟ, କେନ୍ଦୁଝରର କେନ୍ଦୁଡିହି ନର୍ଥ ଲୁହାପଥର, ରାୟଗଡ଼ା ଓ କଳାହାଣ୍ଡିର ସିଜିମାଳି ବକ୍ସାଇଟ ଓ କୁତ୍ରୁମାଳି ବକ୍ସାଇଟ ଏବଂ କେନ୍ଦୁଝର ଜିଲାର ରଏଡା-୧ ବକ୍ସାଇଟ ଖଣି। ଏହାଛଡ଼ା ଆଉ ୪ଟି ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ ଜିଲାରେ ଥିବା କୋଏରା କୋଡାଡିହି ଲୁହାପଥର, ଓରାହୁରି ମାଙ୍ଗାନିଜ୍‌ ଓ ଲୁହାପଥର, କୁସୁମଡିହି ମାଙ୍ଗାନିଜ୍‌ ଏବଂ କେଦେସାଲା ଲୁହାପଥର ନର୍ଥ-ଇଷ୍ଟ ବ୍ଲକ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri