Posted inଜାତୀୟ

ଟର୍ବୁଲାନ୍ସରୁ ସ୍ପାଇସ୍‌ଜେଟ୍‌ର ୧୫ ଯାତ୍ରୀ ଆହତ

ନୂଆଦିଲ୍ଲୀ,୩।୫: ବଡ଼ ଧରଣର ଏୟାର ଟର୍ବୁଲାନ୍ସ ଯୋଗୁ ରବିବାର ମୁମ୍ବାଇରୁ ଦୁର୍ଗାପୁର ଯାଉଥିବା ସ୍ପାଇସ୍‌ଜେଟ୍‌ ବିମାନର ୧୨ ଯାତ୍ରୀ ଓ ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଦୁଇଜଣଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ତଦନ୍ତ ପୂର୍ବରୁ ଉକ୍ତ ବିମାନକୁ ଦୁର୍ଗାପୁରରୁ କୋଲକାତା ଯିବା ଲାଗି ଅନୁମତି ଦେଇଥିବା ୨ ଇଞ୍ଜିନିୟରଙ୍କୁ ଡ୍ୟୁଟିରୁ ବାଦ୍‌ ଦିଆଯାଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଦ୍ୱାରା ଗଠିତ ଟିମ୍‌ ସୋମବାର ଏହାର ତଦନ୍ତ ଆରମ୍ଭ କରିଛି। ଏସ୍‌ଜି-୯୪୫ ବିମାନରେ ସିଟ୍‌ ବେଲ୍ଟ ସଙ୍କେତ ଦିଆଯିବା ସହ ଯାତ୍ରାମାନଙ୍କୁ ସିଟ୍‌ରେ ବସିରହିବା ଲାଗି କ୍ରିଉ ମେମ୍ବରମାନେ ବାରମ୍ବାର ଘୋଷଣା କରିଥିଲେ ବୋଲି ସ୍ପାଇସ୍‌ଜେଟ୍‌ ପକ୍ଷରୁ କୁହାଯାଇଛି। ବିଭାଗୀୟ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସୂଚନା ଅନୁଯାୟୀ ବିମାନଟି ଦୁର୍ଗାପୁରରେ ଅବତରଣ କରିବା ସମୟରେ ଟର୍ବୁଲାନ୍ସର ସମ୍ମୁଖୀନ ହୋଇଥିଲା। ଏଥିଯୋଗୁ ଯାତ୍ରୀ କ୍ଷତିଗ୍ରସ୍ତ ହେବା ଦୁର୍ଭାଗ୍ୟଜନକ। ଏହାକୁ ଗୁରୁତର ସହ ନିଆଯାଇଛି। ଘଟଣାର ତଦନ୍ତ ପାଇଁ ଡିଜିସିଏ ଏକ ଟିମ୍‌କୁ ଦାୟିତ୍ୱ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତ ବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri