Posted inଜାତୀୟ

ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେଲେ ପଞ୍ଚଦଶ ଅର୍ଥ କମିଶନ

ନୂଆଦିଲ୍ଲୀ, ୧୦।୧୧: ଅଧ୍ୟକ୍ଷ ଏନ୍‌.କେ. ସିଂଙ୍କ ନେତୃତ୍ୱରେ ପଞ୍ଚଦଶ ଅର୍ଥ କମିଶନ ଏହାର ୨୦୨୧-୨୨ରୁ ୨୦୨୫-୨୬ ଆର୍ଥତ୍କ ବର୍ଷ ପର୍ଯ୍ୟନ୍ତ ଚୂଡ଼ାନ୍ତ ରିପୋର୍ଟ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପ୍ରଦାନ କରିଛି। ଏହାର ନାମ ରଖାଯାଇଛି ‘ଫାଇନାନ୍ସ କମିଶନ ଇନ୍‌ କୋଭିଡ୍‌ ଟାଇମ୍ସ’। ୪ଟି ପୁସ୍ତିକାରେ ଏହି ରିପୋର୍ଟ ପ୍ରକାଶ ପାଇଛି।
ପାରମ୍ପରିକ ଟିକସ ହସ୍ତାନ୍ତର ସୂତ୍ର ସମ୍ପର୍କରେ ସୁପାରିସ୍‌ କରିବା ସହ ଏଥର ଅର୍ଥ କମିଶନଙ୍କୁ ଅତିରିକ୍ତ ଦାୟିତ୍ୱ ଭାବେ ଆଗାମୀ ୫ ବର୍ଷ କେନ୍ଦ୍ର ସରକାରଙ୍କ ପାଇଁ ଆର୍ଥତ୍କ ସୁଦୃଢ଼ୀକରଣ ସୂତ୍ର ବାହାର କରିବାକୁ କୁହାଯାଇଥିଲା। ଏହା ବ୍ୟତୀତ ପ୍ରତିରକ୍ଷା, ଆଭ୍ୟନ୍ତରୀଣ ସୁରକ୍ଷା ନିମନ୍ତେ ପାଣ୍ଠି ଯୋଗାଣ ଲାଗି ଅଲଗା ବ୍ୟବସ୍ଥାର ଆବଶ୍ୟକତା ସମ୍ପର୍କରେ ଯାଞ୍ଚ କରିବାକୁ ମଧ୍ୟ କମିଶନଙ୍କୁ ପରାମର୍ଶ ଦିଆଯାଇଥିଲା। ସେହିପରି ରାଜ୍ୟଗୁଡ଼ିକ ପାଇଁ ଶକ୍ତି କ୍ଷେତ୍ରରେ ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ, ଶୁଷ୍କ ବର୍ଜ୍ୟ ପରିଚାଳନା ଆଦି ଉପରେ ସୁପାରିସ୍‌ କରିବାକୁ କୁହାଯାଇଥିଲା। ରିପୋର୍ଟର ନକଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ପ୍ରଦାନ କରାଯିବ। ପାର୍ଲାମେଣ୍ଟର ଆଗାମୀ ଶୀତ ଅଧିବେଶନରେ ଏହାକୁ ଉପସ୍ଥାପନ କରାଯିବା ପରେ ସର୍ବସାଧାରଣରେ ପ୍ରକାଶ କରାଯିବ। କମିଶନ ତାଙ୍କ ସୁପାରିସ୍‌ ଅକ୍ଟୋବର ୩୦ ସୁଦ୍ଧା ଦାଖଲ କରିବାର ଥିଲା। ଗତବର୍ଷ କମିଶନ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ଦାଖଲ କରିଥିବା ରିପୋର୍ଟକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ ଓ ଏହା ଜାନୁୟାରୀ ୩୦ରେ ପାର୍ଲାମେଣ୍ଟରେ ଉପସ୍ଥାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri