ପଞ୍ଚମ ଧିଙ୍ଗୁଆନ୍‌ ମହୋତ୍ସବ: ଯୋଗଦେଲେ ୨୮ ଧିଙ୍ଗୁଆନ୍‌ ଦଳ

ପାଟଣା,୨୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ କୁଣ୍ଡଳା ପଞ୍ଚାୟତ ଅନ୍ତର୍ଗତ କୁଣ୍ଡଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କୁଡୁମୀ ସମ୍ପ୍ରଦାୟର ଲୋକ କଳା, ସଂସ୍କୃତି ଓ କୁଡୁମାଲି ଭାଷା ସମ୍ବଳିତ ପଞ୍ଚମ ଧିଙ୍ଗୁଆନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କୁଡୁମୀ ବହୁଳ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରୁ ୨୮ଟି ଧିଙ୍ଗୁଆନ୍‌ ଦଳ ଏଥିରେ ଅଂଶ ଗ୍ରହଣ କରିଥିଲେ।
ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଡ଼ବିଲ ମ୍ୟୁନିସିପାଲିଟିର ପୂର୍ବତନ କାଉନ୍‌ସିଲର ତଥା ସାମାଜିକ କର୍ମୀ ଲଚ୍ଛମନ ମହାନ୍ତ, ସମ୍ମାନିତ ଅଥିତି ଭାବେ ପାଟଣା  ବ୍ଲକର ୨୩ ନମ୍ବର ଜୋନ୍‌ର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, କୁଣ୍ଡଳା ପଞ୍ଚାୟତର ସମିତିସଭ୍ୟା ଅହଲ୍ୟା ମହାନ୍ତ, ସରପଞ୍ଚ ଶତ୍ରୁଘ୍ନ ନାଏକ ଓ ରାଜ୍ୟ ଭରସା ପରିବାର ଅଧ୍ୟକ୍ଷ ଲମ୍ବୋଦର ମହାନ୍ତ, ସାମାଜିକ କର୍ମୀ ରାଇଚାରଣ ମହାନ୍ତ ପ୍ରମୁଖ ଯୋଗ ଦେଇ କୁଡୁମୀ ସମ୍ପ୍ରଦାୟ ଭାଷା ଓ ସଂସ୍କୃତିର ମୌଳିକତା ଧିଙ୍ଗୁଆନ୍‌ ନୃତ୍ୟ ଗୀତରେ ଅନ୍ତର୍ନିହିତ ରହିଛି ବୋଲି ମତ ପ୍ରକାଶ କରିଥିଲେ। ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ୨୮ଟି ଦଳ ମଧ୍ୟରୁ କେନ୍ଦୁଝରରୁ କବିତ୍ରା ଧିଙ୍ଗୁଆନ୍‌ ଦଳ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସାହାରପଡା ବ୍ଲକର ତାଳପଦା ଧିଙ୍ଗୁଆନ୍‌ ଦଳ ଦ୍ୱିତୀୟ, ପାଟଣା ବ୍ଲକର ବାଘମରା ଧିଙ୍ଗୁଆନ୍‌ ତୃତୀୟ, ମୟୂରଭଞ୍ଜ ଜିଲାର ସଲରାପଦା ଧିଙ୍ଗୁଆନ୍‌ ଦଳ ଚତୁର୍ଥ ଏବଂ ସାହାରପଡା ବ୍ଲକର ମାଛଗଡ଼ ପୁରୁଣାସାହି ଧିଙ୍ଗୁଆନ ଦଳ ପଞ୍ଚମ ସ୍ଥାନ ଅଧିକାର କରିଥିଲା। କୁଣ୍ଡଳା ଧିଙ୍ଗୁଆନ୍‌ କମିଟି ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?