ଘର ବାହାରେ ଛିଡ଼ା ହୋଇଥିବା ବେଳେ ବଜ୍ରପାତ, ପଞ୍ଚମ ଶ୍ରେଣୀ ଛାତ୍ର ଗୁରୁତର

ଦାରିଙ୍ଗବାଡି, ୭।୧୦(ଅରୁଣ ସାହୁ): ବଜ୍ରପାତରେ ଜଣେ ପଞ୍ଚମଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ସେ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଜଙ୍ଗଲଘର ଗ୍ରାମ ବାଲୁବାଙ୍ଗା ପଡାର ରାଜେଶ ପ୍ରଧାନଙ୍କ ପୁଅ ଅମ୍ଲାନ ପ୍ରଧାନ। ଅମ୍ଲାନ ଅପରାହ୍ନରେ ତାଙ୍କ ଘର ବାହାରେ ଠିଆ ହୋଇଥିବା ବେଳେ ବଜ୍ରପାତରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପରିବାର ଲୋକେ ଏବଂ ସ୍ଥାନୀୟ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ଚିକିତ୍ସା କରୁଥିବା ଡାକ୍ତର ତାଙ୍କୁ ତୁରନ୍ତ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ନେବାକୁ ପରାମର୍ଶ ଦେଇଥିଲେ। ତେବେ ପରିବାରଲୋକେ ଅମ୍ଲାନଙ୍କୁ ବ୍ରହ୍ମପୁର ନେବାକୁ ସ୍ବାସ୍ଥ୍ୟକେନ୍ଦ୍ରରେ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ଆମ୍ବୁଲାନ୍ସ ପଚାରିଥିଲେ। ତେବେ ଆମ୍ବୁଲାନ୍ସ ନ ଥିବାରୁ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ଅସନ୍ତୋଷ ବ୍ୟକ୍ତ କରିଥିଲେ। ପରେ ସରପଞ୍ଚ ଜାଗୃତି ଅନୁଷ୍ଠାନର ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟଙ୍କୁ ତାଙ୍କ ଆରୋଗ୍ୟ ସେବା ଗାଡି ଯୋଗାଇଦେବାକୁ ଅନୁରୋଧ କରିଥିଲେ। କୈଳାଶ ଦଣ୍ଡପାଟ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଛାତ୍ରଙ୍କ ଅବସ୍ଥା ଦେଖି ତାଙ୍କ ଅନୁଷ୍ଠାନର ଆରୋଗ୍ୟ ଗାଡି ଯୋଗାଇଦେଇଥିଲେ। ଛାତ୍ରଙ୍କୁ ବ୍ରହ୍ମପୁର ଏମ୍‌କେସିଜିକୁ ଅଧିକା ଚିକିତ୍ସା ପାଇଁ ନିଆଯାଉଥିବା ବାଡାବାଙ୍ଗା ସରପଞ୍ଚ ପ୍ରଧାନ କହିଛନ୍ତି। ଛାତ୍ରଙ୍କ ବଜ୍ରପାତ ପରେ ହାର୍ଟ ସମସ୍ୟା ଦେଖାଯାଇଥିବା ଡାକ୍ତର ଆଶଙ୍କା କରି ତୁରନ୍ତ ଅନ୍ୟତ୍ର ନେବାକୁ ପରାମର୍ଶ ଦେଇଥିବା ଜଣାପଡିଛି ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri