Posted inଜାତୀୟ

ୟୁପିରେ ଆତ୍ମସମର୍ପଣ କଲେଣି ୫୦ ଅପରାଧୀ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିବାର ୧୫ ଦିନ ମଧ୍ୟରେ ଅନୂ୍ୟନ ୫୦ ଅପରାଧୀ ଆତ୍ମସମର୍ପଣ କରିସାରିଲେଣି। ପୋଲିସ ଏନ୍‌କାଉଣ୍ଟର କିମ୍ବା ଘର ଉପରେ ବୁଲ୍‌ଡୋଜର ଚାଲିବା ଭୟରେ ସେମାନେ ଆତ୍ମସମର୍ପଣ କରୁଥିବା କୁହାଯାଉଛି। ସେମାନେ ‘ମୁଁ ଆତ୍ମସମର୍ପଣ କରୁଛି, ଦୟାକରି ଗୁଳି କରା ନ ଯାଉ’ ପ୍ଲାକାର୍ଡ ବେକରେ ଝୁଲାଇ ଥାନାରେ ସରେଣ୍ଡର କରୁଥିବା ଦେଖାଯାଉଛି। ଦୀର୍ଘଦିନ ହେଲା ଫେରାର ଥିବା ଗୌତମ ସିଂ ଗତ ୧୫ ତାରିଖରେ ଗୋଣ୍ଡା ଜିଲାର ଛାପିଆ ଥାନାରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ବିରୋଧରେ ଅପହରଣ ଓ ବଟି ଆଦାୟ ଅଭିଯୋଗ ଥିଲା। ସେହିପରି ସାହରନପୁର ଜିଲାରେ ୩ ଦିନରେ ୨୩ ଅପରାଧୀ ଆତ୍ମସମର୍ପଣ କରିସାରିଲେଣି। ଦେଓବନ୍ଦ ଥାନାରେ ୪ ଜଣ ମଦ ଚୋରାବେପାରୀ ଆଉ ଅପରାଧ କରିବେ ନାହିଁ ସତ୍ୟପାଠ ମାଧ୍ୟମରେ ଜଣାଇଛନ୍ତି। ସେହିପରି ଶାମ୍‌ଲି ଜିଲାର ୧୮ ଜଣ ଥାନାଭବନ ଓ ଗରହିପୁଖ୍‌ତା ଥାନାରେ ଆତ୍ମସମର୍ପଣ କରିଛନ୍ତି। ଗୋହତ୍ୟା ମାମଲାରେ ସେମାନେ ଅଭିଯୁକ୍ତ ଥିଲେ। ଅନ୍ୟତମ ଓ୍ବାଣ୍ଟେଡ୍‌ ଅପରାଧୀ ହିମାଂଶୁ ଓରଫ ହନି ଫିରୋଜାବାଦର ସିର୍ସାଗଞ୍ଜ ଥାନାରେ ‘ମୋତେ ଗୁଳି କରନାହିଁ‘ ପ୍ଲାକାର୍ଡ ପକାଇ ସରେଣ୍ଡର କରିଥିଲେ। ଏହି ସମୟ ମଧ୍ୟରେ ୨ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବାବେଳେ ଅନ୍ୟ ୧୦ ଜଣଙ୍କୁ ଗିରଫ କରାଯାଇଥିବା ଆଇନଶୃଙ୍ଖଳା ଏଡିଜି ପ୍ରକାଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri