ନୂଆ ରୂପ ପାଇବ ୫୦ ସରକାରୀ ହାଇସ୍କୁଲ

ସୁନ୍ଦରଗଡ଼, ୮।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଚିବସ୍ତରୀୟ ପ୍ରତିନିଧିଦଳ ଶନିବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ପ୍ରତିନିଧି ଦଳ କୁଣ୍ଡକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ୍‌ ଗ୍ରୀଡ୍‌ ସବ୍‌ଷ୍ଟେଶନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁରଠାରେ ଅତ୍ୟାଧୁନିକ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଏବଂ କିିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହା ସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମଧ୍ୟ ସମୀକ୍ଷା କରିଥିଲେ। ଏହି ପ୍ରତିନିଧି ଦଳରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି ସଚିବ) ଭି.କେ. ପାଣ୍ଡିଆନ୍‌, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ୍‌ କ୍ରିଷ୍ଣା ସାମିଲ ଥିଲେ।

କୋଭିଡ୍‌ ମହାମାରୀର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷକରି ଶିଶୁମାନଙ୍କ ଚିକିତ୍ସା ଲାଗି ଆଇସିୟୁ ତଥା ଆବଶ୍ୟକୀୟ ବ୍ୟବସ୍ଥା ସମ୍ପର୍କରେ ସୁନ୍ଦରଗଡସ୍ଥିତ ଏନ୍‌ଟିପିସି କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେମାନେ ଅନୁଧ୍ୟାନ କରିଥିଲେ। ଏନ୍‌ଟିପିସି ମେଡିକାଲ କଲେଜ କିଭଳି ପରିଚାଳନା କରାଯିବ ସେ ନେଇ ଖୁବଶୀଘ୍ର ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏତଦ୍‌ବ୍ୟତୀତ ଜିଲାରେ କ୍ରୀଡ଼ା ଭିତ୍ତିଭୂମି ସମ୍ପର୍କରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଥିଲା।

ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲାର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି। ନୂଆରୂପ ପାଇବାକୁ ଯାଉଥିବା ୫୦ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ। ସେମାନେ ସ୍ମାର୍ଟ କ୍ଲାସ୍‌ରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟିତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରୀଛାତ୍ରଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥାବାର୍ତ୍ତା କରିଥିଲେ।

ସୁନ୍ଦରଗଡ଼ ସଦରର ଭବାନୀପୁରରେ ନିର୍ମିତ ଆଧୁନିକ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ। ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ସମ୍ପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ତିଆରି କରାଯାଇଛି। ଏହାର ଆସବାବପତ୍ର ଓ କାନ୍ଥବାଡ଼ଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ, ଏସ୍‌ପି ସାଗରିକା ନାଥ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସରୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri