ନୂଆ ରୂପ ପାଇବ ୫୦ ସରକାରୀ ହାଇସ୍କୁଲ

ସୁନ୍ଦରଗଡ଼, ୮।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଚିବସ୍ତରୀୟ ପ୍ରତିନିଧିଦଳ ଶନିବାର ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ପ୍ରତିନିଧି ଦଳ କୁଣ୍ଡକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ୍‌ ଗ୍ରୀଡ୍‌ ସବ୍‌ଷ୍ଟେଶନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁରଠାରେ ଅତ୍ୟାଧୁନିକ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଏବଂ କିିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହା ସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମଧ୍ୟ ସମୀକ୍ଷା କରିଥିଲେ। ଏହି ପ୍ରତିନିଧି ଦଳରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି ସଚିବ) ଭି.କେ. ପାଣ୍ଡିଆନ୍‌, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିନିଲ୍‌ କ୍ରିଷ୍ଣା ସାମିଲ ଥିଲେ।

କୋଭିଡ୍‌ ମହାମାରୀର ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷକରି ଶିଶୁମାନଙ୍କ ଚିକିତ୍ସା ଲାଗି ଆଇସିୟୁ ତଥା ଆବଶ୍ୟକୀୟ ବ୍ୟବସ୍ଥା ସମ୍ପର୍କରେ ସୁନ୍ଦରଗଡସ୍ଥିତ ଏନ୍‌ଟିପିସି କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେମାନେ ଅନୁଧ୍ୟାନ କରିଥିଲେ। ଏନ୍‌ଟିପିସି ମେଡିକାଲ କଲେଜ କିଭଳି ପରିଚାଳନା କରାଯିବ ସେ ନେଇ ଖୁବଶୀଘ୍ର ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏତଦ୍‌ବ୍ୟତୀତ ଜିଲାରେ କ୍ରୀଡ଼ା ଭିତ୍ତିଭୂମି ସମ୍ପର୍କରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଥିଲା।

ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲାର ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି। ନୂଆରୂପ ପାଇବାକୁ ଯାଉଥିବା ୫୦ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ। ସେମାନେ ସ୍ମାର୍ଟ କ୍ଲାସ୍‌ରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟିତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରୀଛାତ୍ରଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥାବାର୍ତ୍ତା କରିଥିଲେ।

ସୁନ୍ଦରଗଡ଼ ସଦରର ଭବାନୀପୁରରେ ନିର୍ମିତ ଆଧୁନିକ ଅଙ୍ଗନଓ୍ବାଡ଼ି କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ। ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ସମ୍ପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ତିଆରି କରାଯାଇଛି। ଏହାର ଆସବାବପତ୍ର ଓ କାନ୍ଥବାଡ଼ଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ, ଏସ୍‌ପି ସାଗରିକା ନାଥ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସରୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri