ମଦ ପିଇ ମରିଛନ୍ତି ୫୦ ଜଣ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ବିଷାକ୍ତ ମଦ ପିଇବା ଦ୍ୱାରା ରାଜ୍ୟରେ କେତେଜଣଙ୍କ ଜୀବନ ଯାଇଛି ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଜାଣିବାକୁ ଚାହିଁଥିଲେ। ବିଧାନସଭାରେ ସାଲୁଜା ପଚାରିଥିବା ଏହି ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଥିଲେ, ୨୦୧୦ରୁ ୨୦୨୨ ମଧ୍ୟରେ ଯେଉଁମାନେ ବିଷାକ୍ତ ମଦ ପିଇବା ଦ୍ୱାରା ମୃତ୍ୟୁବରଣ କରିଛନ୍ତି ସେମାନଙ୍କ ସଂଖ୍ୟା ୫୦। ଏହାସହ ଭଦ୍ରକ ମଦ ମୃତ୍ୟୁ କଥାକୁ ସେ ସ୍ବୀକାର କରିଛନ୍ତି। ନିର୍ବାଚନ ବେଳେ ବିଷାକ୍ତ ମଦ ପିଇ ଭଦ୍ରକ ଜିଲାର ୯ ଜଣ ପ୍ରାଣ ହରାଇଛନ୍ତି। ସେହିପରି ୨୦୧୧-୧୯ରେ କଟକ ମଦ ମୃତ୍ୟୁରେ ୪୧ ଜଣ ପ୍ରାଣ ହରାଇଥିବା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନଗୁଡିକରେ କେବଳ ସରକାରଙ୍କ ଦ୍ୱାରା ଅନୁମୋଦିତ ଓ ପରୀକ୍ଷିତ ମଦ ବିକ୍ରି କରିବା ପାଇଁ ଲାଇସେନ୍ସ ଦିଆଯାଇଥାଏ। ଯଦି କୌଣସି ସରକାରୀ ଲାଇସେନ୍ସପ୍ରାପ୍ତ ମଦ ଦୋକାନରେ ବିଷାକ୍ତ ଦ୍ରବ୍ୟର ଉପସ୍ଥିତି ଓ ଉପାଦାନ ସମ୍ପର୍କରେ ଧରାପଡେ ଏବଂ ରସାୟନିକ ପରୀକ୍ଷଣ ପରେ ଯଦି ବିଷାକ୍ତ ଦ୍ରବ୍ୟର ଉପସ୍ଥିତି, ଉପାଦାନ ସମ୍ପର୍କରେ ପ୍ରମାଣ ହସ୍ତଗତ ହୁଏ ତେବେ ୧୦ ଲକ୍ଷ ଟଙ୍କାର ଜରିମାନା ସହ ୧୦ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri