Posted inଖେଳ

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଅନେକ ଖେଳାଳି ଓ ଅଫିସିଆଲ୍ସ ଆହତ ହୋଇଛନ୍ତି। ମ୍ୟାଚ୍‌ର ସିଧାପ୍ରସାରଣ କରାଯାଉଥିବାରୁ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌ ଘଟଣାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପାକିସ୍ତାନ ଫୁଟବଲ ଫେଡେରେଶନ ଓ ଦେଶର ଅଲିମ୍ପିକ୍‌ କମିଟି ପକ୍ଷରୁ ଏହି ଦୁର୍ଭାଗ୍ୟଜନକ ଘଟଣାର ତଦନ୍ତ କରାଯାଉଛି।

ଗୋଟିଏ ଗୋଲ ବ୍ୟବଧାନରେ ମ୍ୟାଚ୍‌ ଜିତିବା ପରେ ଆର୍ମୀ ଦଳର କିଛି ଖେଳାଳି ଓ୍ବାପଡା ଦଳର ଡଗଆଉଟ୍‌ ସମ୍ମୁଖରେ ବିଜୟ ଉତ୍ସବ ପାଳନ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଓ୍ବାପଡା ଦଳର ଖେଳାଳିମାନେ ପ୍ରତିପକ୍ଷ ଦଳର ସଦସ୍ୟଙ୍କୁ ଆକ୍ରମଣ କରିଥିଲେ।

ପରେ ଅଫିସିଆଲ୍ସ ଏଥିରେ ସାମିଲ ହୋଇଥିଲେ। ଏକ ଭିଡିଓରେ ଦେଖିବାକୁ ମିଳିଥିଲା ଯେ, ଓ୍ବାପଡା ଦଳର କିଛି ଖେଳାଳି ମ୍ୟାଚ୍‌ ରେଫରିଙ୍କୁ ଗୋଡ଼େଇ ଗୋଡ଼େଇ ଚେଞ୍ଜିଂ ରୁମ୍‌ ପର୍ଯ୍ୟନ୍ତ ଯାଇଥିଲେ। ଏକ ରିପୋର୍ଟ ମୁତାବକ, ମ୍ୟାଚ୍‌ ରେଫରିଙ୍କୁ ମାଡ଼ ମରାଯାଇଥିଲା। ପରେ ତାଙ୍କୁ ଅନ୍ୟ ଅଫିସିଆଲ୍ସ ଓ ଖେଳାଳି ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri