ସୂର୍ଯ୍ୟମଣି-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ ହେବ କଡ଼ା ଟକ୍କର

ପୁରୁଷୋତ୍ତମପୁର, ୧୨ା୪(ସୀମାଞ୍ଚଳ ମିଶ୍ର): ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୮୫ରୁ ଜନତା ଦଳ ଓ ବିଜେଡି କବଜାରେ ରହିଛି। ଏଠାରୁ କ୍ରମାଗତ ଭାବରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ ବିଧାୟିକା ନିର୍ବାଚିତ ହୋଇ ଆସୁଥିଲେ। ମାତ୍ର ୨୦୦୮ ସୀମା ନିର୍ଦ୍ଧାରଣ ପରେ ଏହି ଆସନ ଅନୁସୂଚିତ ଜାତି ବର୍ଗଙ୍କ ଲାଗି ସଂରକ୍ଷିତ ହୋଇଛି। ସେବେଠାରୁ ରାଣୀଙ୍କ ନେତୃତ୍ୱରେ ବିଜେଡିର ପୂର୍ଣ୍ଣଚନ୍ଦ୍ର ସେଠୀ ୨ଥର ବିଧାୟକ ହୋଇଥିବାବେଳେ ଓ ୨୦୧୯ ନିର୍ବାଚନରେ ସୂର୍ଯ୍ୟମଣି ବୈଦ୍ୟ ବିଧାୟିକା ହୋଇଛନ୍ତି। ତେବେ ଗତ ମାସରେ ଖଲ୍ଲିକୋଟ ରାଣୀଙ୍କ ଦେହାନ୍ତ ପରଠାରୁ ବିଜେଡିର ସ୍ଥିତି ନେଇ ରାଜନୈତିକ ମହଲରେ ଭିନ୍ନ ଆଲୋଚନା ହେଉଛି। କର୍ମୀଙ୍କୁ ନେଇ ଦଳକୁ ସଂଗଠିତ କରିବା ଭଳି ବ୍ୟକ୍ତିତ୍ୱ ଅଭାବ ରହିଛି। ତେଣୁ ଚଳିତଥର ଏହି ଆସନ କିଏ ହାତେଇବ ଆକଳନ କରି ହେଉନାହିଁ।
ଏହି ଆସନ ପାଇଁ ବିଜେଡି ପୁଣି ସୂର୍ଯ୍ୟମଣିଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଛାଡିଥିବା ପୂର୍ଣ୍ଣଚନ୍ଦ୍ରଙ୍କୁ ଭାଜପା ଟିକେଟ ଦେଇଛି। ସୂର୍ଯ୍ୟମଣି ବର୍ତ୍ତମାନ ବିଧାୟିକା ଥିବାରୁ ତାଙ୍କ ଲୋକ ସମର୍ଥନ ଓ ମୁଖ୍ୟମନ୍ତ୍ରୀଙ୍କ ଜନହିତକର କାର୍ଯ୍ୟକୁ ନେଇ ନିର୍ବାଚନୀ ବୈତରଣୀ ପାର କରିବାକୁ ଚେଷ୍ଟା କରୁଛନ୍ତି। ୨୦୦୮ରୁ ୨୦୧୯ ପର୍ଯ୍ୟନ୍ତ ବିଧାୟକ ଥିବା ପୂର୍ଣ୍ଣଚନ୍ଦ୍ର ନିଜର ଲୋକପ୍ରିୟତା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନହିତକର କାର୍ଯ୍ୟକୁ ନେଇ ଲୋକଙ୍କ ନିକଟତର ହେବେ ଏଥିରେ ସନ୍ଦେହ ନାହିଁ। ସୂର୍ଯ୍ୟମଣି ଓ ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ କଡା ଟକ୍କର ହେବ ଏଥିରେ ସନ୍ଦେହ ନାହିଁ। ସବୁଠୁ ବଡ କଥା ହେଲା ଗତ ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ସ୍ଥାନରେ ବିଧାୟିକାଙ୍କ ବିରୋଧରେ ବିଦ୍ରୋହର ସ୍ବର ଲାଗି ରହିଛି। ଖଲ୍ଲିକୋଟରେ ରାଣୀ ଲିଗାସିମାନେ ବିଧାୟିକା ଅଣଦେଖା କରୁଥିବାରୁ ଅସନ୍ତୁଷ୍ଟ ଅଛନ୍ତି। ଏହି ବିଦ୍ରୋହ ଓ ଅସନ୍ତୋଷର ଗୋଳିଆ ପାଣିରୁ ଭାଜପା ଫାଇଦା ନେବାକୁ ଜଗି ବସିଛି। ଅନ୍ୟପଟେ ଖଲ୍ଲିକୋଟ ଓ ପୁରୁଷୋତ୍ତମପୁର ଅଞ୍ଚଳର ବିଜେଡିର କେତେଜଣ ପୁରଖା ନେତା ଓ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଭାବମୂର୍ତ୍ତିକୁ ଦେଖି ଦଳ ଛାଡିବାକୁ ଉଚିତ ନ ମଣି ସଂଗଠନ ଠାରୁ ଦୂରେଇ ଯାଇଛନ୍ତି। ଯେଉଁ କେତେଜଣ ନେତା ଦଳରେ ସକ୍ରିୟ ଥିବା କହୁଛନ୍ତି, ସେମାନଙ୍କ ନିକଟରେ ଭୋଟର ନାହନ୍ତି। ଏଭଳି ସ୍ଥିତିରେ ବିଜେଡି କିପରି ଗଡ ରକ୍ଷାକରିବ ତାହା ଏଠାରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?