ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ପୋଲିସ ୪ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି।

ପୋଲିସ ସୂଚନା ମୁତାବକ, ମଦ ନିଶାରେ ଥିବା ୨ ଗୋଷ୍ଠୀ ଗ୍ରାହକଙ୍କ ମଧ୍ୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବଚସା ହୋଇଥିଲେ। ପରେ ଏହା ହିଂସାତ୍ମକ ରୂପ ନେଇଥିଲା। ଉଭୟ ଗୋଷ୍ଠୀ ପରସ୍ପରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ।

ଖବର ପାଇ ପୋଲିସ ପହଞ୍ଚି ୩ଜଣ ଆହତଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Share