Posted inଜାତୀୟ

ପାଣି ପାଇଁ ନଦିଆରେ ସଂଘର୍ଷ, ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ…

କୋଲକାତା, ୧୨।୬ : ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ପଶ୍ଚିମବଙ୍ଗର ନଦିଆ ଜିଲାର ଶାନ୍ତିପୁର ଅଞ୍ଚଳରେ ପାଣି ଭରିବା ନେଇ ସାମାନ୍ୟ ବିବାଦ ପରେ ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ବିବାଦ ସମୟରେ ଏହି ଅଞ୍ଚଳରେ ବିସ୍ଫୋରଣ ଘଟିଥିବା କୁହାଯାଉଛି। ସଂଘର୍ଷ ଯୋଗୁ ୧୨ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଘଟଣାର ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଂଚିବା ପରେ ଲୋକମାନେ ପୋଲିସ ଉପରକୁ ପଥର ଫିଙ୍ଗିବା ଆରମ୍ଭ କରିଥିବା ଅଭିଯୋଗ ହୋଇଛି। ଏହି ସଂଘର୍ଷରେ ୪ ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା କୁହାଯାଉଛି।

ପରିସ୍ଥିତି ଊପରେ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲୁହବୁହା ଗ୍ୟାସ ପ୍ରୟୋଗ କରିବାକୁ ପଡ଼ିଥିଲା।
ଏହି ଘଟଣା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୨୦ ରୁ ଅଧିକ ଲୋକଙ୍କୁ ଗିରଫ କରିଛି। ଏଥିସହ ୧୨ରୁ ଅଧିକ ମୋଟରସାଇକେଲ ଜବତ ହୋଇଛି। ଘଟଣା ପରେ ଏହି ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ! ପ୍ରଥମେ ଇରାନ ବିନାଶର ପ୍ରତିଶ୍ରୁତି, ଏବେ ହର୍ମୁଜକୁ ନେଇ କହିଲେ ବଡ଼ କଥା, ଯୁଦ୍ଧର ହେବ ‘THE END’?

ଓ୍ବାଶିଂଟନ,୩୧।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ସଂଘର୍ଷକୁ ଦୀର୍ଘ କରିବା ମନୋଭାବରେ ଥିବା ପରି ମନେ ହେଉନାହିଁ। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ ଜଣାଇ…

ରୋହିତ 2.0: ପ୍ରାୟ ୧୦ ମାସ ପରେ ଟି-୨୦ କ୍ରିକେଟକୁ ଫେରିଲେ ‘ହିଟମ୍ୟାନ’

ନୂଆଦିଲ୍ଲୀ,୩୧।୩: ଯଦିଓ ରୋହିତ ଶର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, ରବିବାର ରାତିରେ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri