ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ମୁଣ୍ଡା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଏପରି ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଛି। ମଙ୍ଗଳବାର ମୃତଦେହକୁ ସ୍ତ୍ରୀ ସ୍ବର୍ଗରଥରେ ନେଇଯାଉଥିବାବେଳେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ତାହାକୁ ଜବତ କରିଛି। ମୃତକ ହେଲେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପଣସପାର ଗ୍ରାମର ଶ୍ୟାମା ମୁଣ୍ଡାରି (୫୦)। ଅତିରିକ୍ତ ଥାନା ଅଧିକାରୀ ଅଶ୍ୱିନୀ କୁମାର ଜେନା ଓ ଜୋନ୍‌-୬ ଏସିପି ପ୍ରକାଶ ଚନ୍ଦ୍ର ପାଲ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିବାବେଳେ ସାଇଣ୍ଟିଫିକ୍‌ ଟିମ୍‌ ଯାଞ୍ଚ ସହ ନମୁନା ସଂଗ୍ରହ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି। ଅପରପକ୍ଷରେ ଶ୍ୟାମାଙ୍କୁ ତାଙ୍କ ସ୍ତ୍ରୀ ପିଟିପିଟି ହତ୍ୟା କରିଥିବା ମୃତକଙ୍କ ସାନ ଭାଇ ସଂଗ୍ରାମ ମୁଣ୍ଡାରୀ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ହତ୍ୟା ମାମଲା(ନଂ.୪୦୫/୨୧) ରୁଜୁ କରିବା ସହ ମୃତକଙ୍କ ସ୍ତ୍ରୀ ଝିଙ୍କି ମୁଣ୍ଡାରି(୬୦)ଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ଜୋନ୍‌ ଏସିପି ପ୍ରକାଶ ଚନ୍ଦ୍ର ପାଲ୍‌ କହିଛନ୍ତି, ମୃତଦେହରେ କୌଣସି କ୍ଷତ ଚିହ୍ନ ନାହିଁ। ଠେଲାପେଲାରେ ଶ୍ୟାମା ପଡିଯାଇଥିବା ଓ ହୃଦ୍‌ଘାତ କିମ୍ବା ନିଶା ସେବନ ଦ୍ୱାରା ତାଙ୍କର ମୃତ୍ୟୁ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ସେ କହିଛନ୍ତି।
ସ୍ଥାନୀୟ ଲୋକଙ୍କ ସୂଚନାନୁସାରେ, ପ୍ରଥମ ସ୍ବାମୀଙ୍କ ମୃତ୍ୟୁ ପରେ ଝିଙ୍କି ଗାଁରୁ ଭୁବନଶ୍ୱେର ଚାଲିଆସି ନିଜ ଦିଅର ଶ୍ୟାମାଙ୍କୁ ବିବାହ କରି ମୁଣ୍ଡା ବସ୍ତିରେ ରହୁଥିଲେ। ଉଭୟେ ଏଠାରେ ରହି ବିଏମ୍‌ସିର ଠିକା କର୍ମଚାରୀ ଭାବେ କାମ କରୁଥିଲେ। ଅନେକ ସମୟରେ ଉଭୟେ ନିଶାଦ୍ରବ୍ୟ ସେବନ କରି ମାରପିଟ୍‌ ଲାଗନ୍ତି। ରବିବାର ରାତିରେ ନିଶା ସେବନ କରି ଝିଙ୍କି ଓ ଶ୍ୟାମା ଝଗଡା ଲାଗିଥିଲେ। ଏହି ସମୟରେ ଶ୍ୟାମା ତଳେ ପଡିଯାଇଥିଲେ। ଶ୍ୟାମାଙ୍କୁ ବସ୍ତିର ୩ ଜଣ ଲୋକ ଖଟରେ ଶୋଇଦେଇ ଚାଲିଯାଇଥିଲେ। ସେହି ସମୟରେ ଶ୍ୟାମାଙ୍କର ମୃତ୍ୟୁ ହୋଇଥାଇପାରେ। ଝିଙ୍କି ଜାଣିବା ପରେ ଭୟରେ ପୋଲିସକୁ ନ ଜଣାଇ ମୟୂରଭଞ୍ଜରେ ରହୁଥିବା ତାଙ୍କ ଜ୍ୱାଇଁଙ୍କୁ ଖବର ଦେଇଥିଲେ। ସେ ଆସିବା ପରେ ଶବବୁହା ଗାଡ଼ି ସ୍ବର୍ଗରଥରେ ନେଇଯାଉଥିବାବେଳେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri