ସରପଞ୍ଚ ପଦବୀ ପାଇଁ ୩ ମାମୁଁ-ଭାଣିଜୀଙ୍କ ମଧ୍ୟରେ ଲଢେଇ

ଖଡିଆଳ,୫।୨(ଡି.ଏନ୍‌.ଏ.): ରାଜନୀତିରେ କ୍ଷମତା ପାଇଁ ବାପପୁଅ, କକାପୁତୁରା, ଭାଇଭାଇ ମଧ୍ୟରେ ନିର୍ବାଚନରେ ଲଢୁଥିବା ନଜିର ରହିଥିବା ବେଳେ ନୂଆପଡ଼ା ଜିଲାରେ ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି। ଯାହାକୁ ନେଇ ଚର୍ଚ୍ଚାରେ ଖଡିଆଳ ବ୍ଲକ ସୁନାରୀସିକୁଆଁ ପଞ୍ଚାୟତ। ଚଳିତ ନିର୍ବାଚନରେ ସୁନାରୀସିକୁଆଁ ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ୩ଜଣ ମାମୁଁ ଏବଂ ଭାଣଜୀଙ୍କ ମଧ୍ୟରେ କଡା ମୁକାବିଲା ଦେଖିବାକୁ ମିଳିଛି। ସେହିପରି ସମିତି ସଭ୍ୟ ପଦ ପାଇଁ ବଡ଼ମା’ ଏବଂ ଝିଆରୀଙ୍କ ମଧ୍ୟରେ ଲଢ଼େଇ ନିର୍ବାଚନ ସରଗରମକୁ ବଢ଼ାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ସୁନାରୀସିକୁଆଁ ପଞ୍ଚାୟତ ସରପଞ୍ଚ ପଦ ଅଣସଂରକ୍ଷିତ ବର୍ଗଙ୍କ ପାଇଁ ସଂରକ୍ଷଣ ଥିବା ବେଳେ ସମିତି ସଭ୍ୟ ପଦ ମହିଳାଙ୍କ ପାଇଁ ଅଣସଂରକ୍ଷଣ ହୋଇଥିଲା। ସରପଞ୍ଚ ପଦ ପାଇଁ ବର୍ତ୍ତମାନ ୫ଜଣ ପ୍ରାର୍ଥୀ ନିର୍ବାଚନୀ ପ୍ରଚାର ଆରମ୍ଭ କରିଦେଇଛନ୍ତି। ୨ ଭାଇ ଚୁଳମଣି ବୈଠାରୁ ଏବଂ ଜଗମୋହନ ବୈଠାରୁ ନିର୍ବାଚନ ଲଢୁଥିବା ବେଳେ ଜଣେ ସମ୍ପର୍କୀୟ ଭାଇ ନିଳଗିରି ଦାଶ ମଧ୍ୟ ନିର୍ବାଚନୀ ମଇଦାନକକୁ ଓହ୍ଲାଇଛନ୍ତି।

୩ ମାମୁଁଙ୍କ ସହ ମୁକାବିଲା କରିବାକୁ ଯୁକ୍ତ ୩ ପ୍ରଥମ ବର୍ଷରେ ପଢୁଥିବା ଭାଣଜୀ ଭୋଲେଶରୀ ଦାସ ମଧ୍ୟ ପ୍ରାର୍ଥୀ ଭାବେ ପ୍ରଚାରକୁ ଜୋରଦାର କରିଛନ୍ତି। ଭୋଲେଶରୀ ଭବାନୀପାଟଣା ବିଶ୍ୱବିଦ୍ୟାଳୟରେ ରାଜନୀତି ବିଜ୍ଞାନରେ ଯୁକ୍ତ ୩ ପ୍ରଥମ ବର୍ଷ ଛାତ୍ରୀ। ନୂତନ ପଞ୍ଚାୟତ ମାନ୍ୟତା ପାଇଥିବା ସୁନାରୀସିକୁଆଁରେ ଏଥର ୩ ମାମୁଁ ଚୁଳମଣି, ଜଗମୋହନ ଏବଂ ନିଳଗିରୀ ମଧ୍ୟ ନିଜ ଅଭିଜ୍ଞତା ସହ ପଞ୍ଚାୟତର ସାମୂହିକ ବିକାଶର ପ୍ରତିଶ୍ରୁତି ଦେଇ ଭୋଟ ଭିକ୍ଷା କରୁଛନ୍ତି। ଯାହା କି ନିର୍ବାଚନ ପାଣିପାଗକୁ ଆହୁରି ରୋଚକ କରିଛି। ସେହିପରି ପଞ୍ଚାୟତର ସମିତି ସଭ୍ୟ ପଦ ପାଇଁ ବଡମା’ ବୃନ୍ଦାବତି ବୈଠାରୁ ଏବଂ ଝିଆରୀ ଗିତାଞ୍ଜଳି ବୈଠାରୁଙ୍କ ମଧ୍ୟରେ ଲଢ଼େଇ ରାଜନୈତିକ ପାଣିପାଗକୁ ସରଗରମ କରିଛି। ତେବେ ଗଣତନ୍ତ୍ରରେ ନିର୍ବାଚନ ଲଢ଼ିବା ସମସ୍ତଙ୍କ ଅଧିକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri