ସରପଞ୍ଚ ପଦବୀ ଲାଗି ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ

ପାରଳାଖେମୁଣ୍ଡି,୩ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ ହେଉଛି। ଆଈ ମନୋରମା ଜେନା ଏବଂ ନାତୁଣୀ ଶିଳ୍ପା ପାତ୍ର ଉଭୟେ ନିଜ ନିଜ ଢଙ୍ଗରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି।

ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ଲାଗି କେବଳ ଏହି ଦୁଇ ଜଣ ପ୍ରାର୍ଥୀ ହୋଇଛନ୍ତି। ଆଈ-ନାତୁଣୀ ଭିନ୍ନ ଭିନ୍ନ ଦଳରୁ ସମର୍ଥନ ପାଇ ନିର୍ବାଚନ ରଣାଙ୍ଗନରେ ବାଜି ମାରିବାକୁ ଚେଷ୍ଟା କରୁଛନ୍ତି। ପଞ୍ଚାୟତ ପାଇଁ ଏହି ପରିବାରର ବହୁତ ଅବଦାନ ରହିଛି। ମୁଖ୍ୟତଃ ଗୁରାଣ୍ଡି ଗ୍ରାମରେ କଲେଜ, ଚିକିତ୍ସାଳୟ ଆଦି ପାଇଁ ଭୂମି ଦାନ କରିଥିବା ନଜିର ରହିଛି। ଗୋଟିଏ ଗାଁ ଗୁରାଣ୍ଡିକୁ ନେଇ ଗଠିତ ଗୁରାଣ୍ଡି ପଞ୍ଚାୟତ। ପଞ୍ଚାୟତରେ ମୋଟ ୪,୨୦୦ ଭୋଟର ଅଛନ୍ତି। ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଇତିହାସରେ ଗୁରାଣ୍ଡି ପଞ୍ଚାୟତ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହି ପଞ୍ଚାୟତରୁ ବିଧାୟକ, ବ୍ଲକ ଅଧ୍ୟକ୍ଷ ପ୍ରାର୍ଥୀ ହୋଇ ଆସିଛନ୍ତି। ତେବେ ସରପଞ୍ଚ ପଦବୀ ଲାଗି ଦୁଇ ସମ୍ପର୍କୀୟଙ୍କ ମଧ୍ୟରେ ମୁହାଁମୁହିଁ ଲଢ଼େଇ ହେଉଥିବାରୁ ଗୁରାଣ୍ଡି ପଞ୍ଚାୟତ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri