ସରପଞ୍ଚ ପଦବୀ ଲାଗି ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ

ପାରଳାଖେମୁଣ୍ଡି,୩ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ ହେଉଛି। ଆଈ ମନୋରମା ଜେନା ଏବଂ ନାତୁଣୀ ଶିଳ୍ପା ପାତ୍ର ଉଭୟେ ନିଜ ନିଜ ଢଙ୍ଗରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି।

ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ଲାଗି କେବଳ ଏହି ଦୁଇ ଜଣ ପ୍ରାର୍ଥୀ ହୋଇଛନ୍ତି। ଆଈ-ନାତୁଣୀ ଭିନ୍ନ ଭିନ୍ନ ଦଳରୁ ସମର୍ଥନ ପାଇ ନିର୍ବାଚନ ରଣାଙ୍ଗନରେ ବାଜି ମାରିବାକୁ ଚେଷ୍ଟା କରୁଛନ୍ତି। ପଞ୍ଚାୟତ ପାଇଁ ଏହି ପରିବାରର ବହୁତ ଅବଦାନ ରହିଛି। ମୁଖ୍ୟତଃ ଗୁରାଣ୍ଡି ଗ୍ରାମରେ କଲେଜ, ଚିକିତ୍ସାଳୟ ଆଦି ପାଇଁ ଭୂମି ଦାନ କରିଥିବା ନଜିର ରହିଛି। ଗୋଟିଏ ଗାଁ ଗୁରାଣ୍ଡିକୁ ନେଇ ଗଠିତ ଗୁରାଣ୍ଡି ପଞ୍ଚାୟତ। ପଞ୍ଚାୟତରେ ମୋଟ ୪,୨୦୦ ଭୋଟର ଅଛନ୍ତି। ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଇତିହାସରେ ଗୁରାଣ୍ଡି ପଞ୍ଚାୟତ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହି ପଞ୍ଚାୟତରୁ ବିଧାୟକ, ବ୍ଲକ ଅଧ୍ୟକ୍ଷ ପ୍ରାର୍ଥୀ ହୋଇ ଆସିଛନ୍ତି। ତେବେ ସରପଞ୍ଚ ପଦବୀ ଲାଗି ଦୁଇ ସମ୍ପର୍କୀୟଙ୍କ ମଧ୍ୟରେ ମୁହାଁମୁହିଁ ଲଢ଼େଇ ହେଉଥିବାରୁ ଗୁରାଣ୍ଡି ପଞ୍ଚାୟତ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri