Posted inUncategorized

୩ ଯାଆଙ୍କ ମଧ୍ୟରେ ଲଢ଼େଇ

ଖଇରା,୧୩।୨(ଡି.ଏନ.ଏ.):  ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଖଇରା ବ୍ଲକ ଗର୍ସଙ୍ଗ ୬ନଂ ଜିଲା ପରିଷଦ ଜୋନରେ ୩ ମହିଳା ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ବିଜେଡିରୁ ସୁଷମା ମହାପାତ୍ର, ଭାଜପାରୁ ମିନାକ୍ଷୀ ମହାପାତ୍ର ଓ କଂଗ୍ରେସରୁ ବୀଣାପାଣି ଶୁକ୍ଳ ମଇଦାନକୁ ଓହ୍ଳାଇଛନ୍ତି। ଏହି ୩ ପ୍ରାର୍ଥୀଙ୍କ ଘର ଗର୍ସଙ୍ଗ କାନ୍ଥିସାହିରେ ହୋଇଥିବା ବେଳେ ସେମାନେ ସମ୍ପର୍କରେ ୩ ଯାଆ। ବିଜେଡିର ସୁଷମା ୨ଥର ଜିଲା ପରିଷଦ ସଭ୍ୟା ଭାବେ ବିଜୟୀ ହୋଇଥିବା ବେଳେ ଏଥର ହ୍ୟାଟ୍ରିକ ଲକ୍ଷ୍ୟରେ ପ୍ରଚାର ଚଳାଇଛନ୍ତି। ଗତ ୨୦୧୭ରେ ନିର୍ବାଚନ ଲଢୁଥିବା ଭାଜପାର ମିନାକ୍ଷୀ ପୁନର୍ବାର ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇଛନ୍ତି। ସେହିଭଳି କଂଗ୍ରେସର ବୀଣାପାଣି ନୂଆମୁହଁ ହୋଇଥିବାରୁ କଂଗ୍ରେସର ଆଦର୍ଶ ଓ ବିଚାରଧାରାକୁ ପାଥେୟ କରି ନିର୍ବାଚନ ବୈତରଣୀ ପାର ହେବାକୁ ଆଶା ରଖିଛନ୍ତି। ବିଜେଡି ପାଇଁ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଭାଜପା ପାଇଁ ପୂର୍ବତନମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ଯୁବନେତା ନୀଳମାଧବ ପଣ୍ଡା ଏବଂ କଂଗ୍ରେସ ପାଇଁ ପ୍ରାକ୍ତନ ଏମ୍‌ପି ତଥା ପୂର୍ବତନ ରାଜ୍ୟ ଉପସଭାପତି ଅନନ୍ତ ପ୍ରସାଦ ସେଠୀ ପ୍ରଚାର ମଙ୍ଗ ଧରିଛନ୍ତି ା ଗର୍ସଙ୍ଗରେ କଂଗ୍ରେସର ଭଲ ଭୋଟ ବ୍ୟାଙ୍କ ଥିବା ବେଳେ ଅନ୍ୟ ୭ଟି ପଞ୍ଚାୟତରେ ସଙ୍ଗଠନ ସୁଦୃଢ ନ ଥିବାରୁ ଲଢେଇ ମୁଖ୍ୟତଃ ବିଜେଡି ଓ ଭାଜପା ମଧ୍ୟରେ ହେବାର ସମ୍ଭାବନା ଅଧିକ। ରପେୟା, ବଡଜୟୀପୁର, ମାଣିତ୍ରୀ ଭଳି କିଛି ପଞ୍ଚାୟତରେ ବିଜେଡିର ଅସନ୍ତୁଷ୍ଟ ଗୋଷ୍ଠୀକୁ ନିଜ ପକ୍ଷକୁ ନେବାକୁ ଭାଜାପା ପ୍ରାର୍ଥୀ ଉଦ୍ୟମ କରୁଥିବା ବେଳେ ବିଜେଡି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଜ୍ୟୋତିପ୍ରକାଶଙ୍କ ବିକାଶମୂଳକ କାର୍ଯ୍ୟକୁ ନେଇ ନିର୍ବାଚନ ବୈତରଣୀ ପାର ହେବାକୁ ଆଶା ବାନ୍ଧିଛନ୍ତି। ମାଣିତ୍ରୀ ଭଳି କିଛି ପଞ୍ଚାୟତରେ ବିଜେଡି ସମର୍ଥତ୍ତ ସରପଞ୍ଚ ସମିତିସଭ୍ୟା ପ୍ରାର୍ଥୀଙ୍କୁ ହରାଇବାକୁ ବିରୋଧୀ ଏକଜୁଟ ହୋଇଥିବା ବେଳେ ସାରଡାଙ୍ଗ, ଝିଙ୍କିରିଆ, ଗର୍ସଙ୍ଗ ଓ ଅନ୍ତରାରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା ହେଉଥିବାରୁ ହାରଜିତ ବ୍ୟବଧାନ ହାର ଯଥେଷ୍ଟ କମ୍‌ ରହିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri