କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ, ଏହା ଜୀବନ ବଞ୍ଚାଇବା ଯୁଦ୍ଧ: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ତେବେ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ। ଏହା ଜୀବନ ବଞ୍ଚାଇବାର ଯୁଦ୍ଧ ବୋଲି ଗୁରୁବାର ଶିବସେନା ଏମ୍‌ପି ସଞ୍ଜୟ ରାଉତ ରାଜ୍ୟ ସଭାରେ କହିଛନ୍ତି। ପୂର୍ବରୁ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଥିଲେ ଯେ ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସର୍ବାଧିକ ରହିିଛି। ଏହାର ଜବାବରେ ସଞ୍ଜୟ ଏଭଳି କହିଛନ୍ତି। ସେ କହିଛନ୍ତି ଯେ, ମୋ ମା’ ଏବଂ ଭାଇ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହାରାଷ୍ଟ୍ରର ବହୁ ଆକ୍ରାନ୍ତ ଏବେ ସୁସ୍ଥ ହେବାରେ ଲାଗିଛନ୍ତି। ଏସିଆର ସର୍ବବୃହତମ ବସ୍ତି ଧରାବୀରେ ଏବେ ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିଛି। ଧରାବୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ପ୍ରତିଷେଧକ ମୂଳକ ବ୍ୟବସ୍ଥାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପ୍ରଶଂସା କରିଛି ବୋଲି ସଞ୍ଜୟ କହିଛନ୍ତି। ଏପରିସ୍ଥଳେ କୌଣସି ରାଜନୈତିକ ଉଦ୍ଦେଶ୍ୟ ରଖି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରାଯିବ ଅନୁଚିତ। ବରଂ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହିତ ମିଳିମିଶି କରୋନା ଲଢ଼େଇରେ ସାମିଲ ହେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri