ଭାରତ ଯୋଡ଼ୋ ଯାତ୍ରାରେ ଗଣ୍ଡଗୋଳ

ଚଣ୍ଡିଖୋଲ,୫ା୧୧(ଡି.ଏନ୍‌.ଏ.): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ସାରାଦେଶରେ ଭାରତ ଯୋଡ଼ୋ ଯାତ୍ରା ଚାଲିଛି। ଓଡ଼ିଶାରେ ଏହିଯାତ୍ରାର ୫ମଦିନରେ ଶୁକ୍ରବାର ଯାଜପୁର ଜିଲାର ପ୍ରବେଶଦ୍ୱାର ଛତିଆଠାରେ ପଦଯାତ୍ରା ପହଞ୍ଚତ୍ଛି। ଏଠାରେ ବଡ଼ଚଣା କଂଗ୍ରେସ ତରଫରୁ ପଦଯାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଛତିଆ-ନେଳିଆଠାରେ ବଡ଼ଚଣା କଂଗ୍ରେସ ନେତା ରାଜନାରାୟଣ ମହାପାତ୍ର ଓ ଅଜୟ ସାମଲଙ୍କ ଗୋଷ୍ଠୀ ପକ୍ଷରୁ ଏହି ଯାତ୍ରାକୁ ସ୍ବାଗତ କରାଯାଇଥିଲା। ତେବେ ଗତ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଅଜୟ ସାମଲ ସ୍ବାଗତ କରିବାକୁ ଯାଇଥିବା ବେଳେ ତାଙ୍କୁ ଗୋଟିଏ ଗୋଷ୍ଠୀ ତରଫରୁ ମାଡ଼ ମରାଯାଇଛି। ଫଳରେ ସେ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଭାରତଯୋଡ଼ୋ ଯାତ୍ରା କରି ଲୋକଙ୍କୁ ସାଙ୍ଗରେ ନେବାକୁ କଂଗ୍ରେସ ଚେଷ୍ଟା କରୁଛି। ହେଲେ ଯାଜପୁର ଜିଲାରେ ଏଭଳି ଅପ୍ରୀତିକର ପରିସ୍ଥିତିରୁ ଦଳ ଯୋଡ଼ିହେବ ନା ଆହୁରି ଭାଙ୍ଗିବ ସେନେଇ ଆଲୋଚନା ଚାଲିଛି।
ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଭୁବନେଶ୍ୱରରୁ ବାହାରି ଥିବା ଏହି ପଦଯାତ୍ରାରେ ରାଜ୍ୟର ବହୁ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇଛନ୍ତି। କଂଗ୍ରେସକୁ ଆଗାମୀ ଦିନରେ ଅଧିକ ଶକ୍ତିଶାଳୀ କରିବା ଲାଗି ତଥା ସାଧାରଣ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ପାଇଁ ଏହି ଯାତ୍ରା ହେଉଥିବା ପକ୍ଷରୁ ପକ୍ଷରୁ କୁହାଯାଇଛି। ଏଥିରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ଖୁଣ୍ଟିଆ, ଜିଲା କଂଗ୍ରେସ ପର୍ଯ୍ୟବେକ୍ଷକ ଅମୀୟ ପଟ୍ଟନାୟକ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ା, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ଜିଲା କଂଗ୍ରେସ ସଭାପତି ମନୋଜ କୁମାର ରାଉତ, ଜିଲା ଛାତ୍ର କଂଗ୍ରେସ ସଭାପତି ଅନନ୍ତ କୁମାର ଦାସ, ରାଜ୍ୟ କଂଗ୍ରେସ ମୁଖପାତ୍ର ମାନସ କୁମାର କର, ପୂର୍ବତନ ବିଧାୟକ ଭୂଜବଳ ମାଝିଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତା ଯୋଗ ଦେଇଛନ୍ତି। ଆହତ ବଡ଼ଚଣା କଂଗ୍ରେସ ନେତା ସାମଲଙ୍କୁ ପଚାରିବାରୁ ସେ କୁହନ୍ତି, ସ୍ବାଗତ କରିବା ସମୟରେ କେତେଜଣ ଯୁବକ ତାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ହୋଇ ସେ ଚିକିତ୍ସିତ ହେଉଛନ୍ତି। ମେଡିକାଲରୁ ଫେରିବା ପରେ ଥାନାରେ ଅଭିଯୋଗ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri