ଲିଭ୍‌ଇନ୍‌ରେ ଲଢ଼େଇ, ବୃଦ୍ଧଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ମହିଳା…

ମୁଜାଫରପୁର,୨୫।୫: ଜଣେ ବୃଦ୍ଧଙ୍କ ପାଇଁ ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ରହିବା ମହଙ୍ଗା ପଡ଼ିଛି। କୌଣସି କାରଣରୁ ବୃଦ୍ଧ ଏବଂ ତାଙ୍କ ସହିତ ଲିଭ୍‌ଇନ୍‌ରେ ରହୁଥିବା ମହିଳାଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ପରିସ୍ଥିତି ଭୟଙ୍କର ହୋଇଥିଲା। ଶେଷରେ ଘର କଥା ଦାଣ୍ଡକୁ ଆସିଛି। ମହିଳା ଜଣକ ବୃଦ୍ଧଙ୍କୁ ସର୍ବସାଧାରଣଙ୍କ ସମ୍ମୁଖରେ ନିସ୍ତୁକ ପିଟିଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ବିହାରର ମୁଜାଫରପୁରରେ ଘଟିଛି। ଲିଭ୍‌ଇନ୍‌ରେ ଥିବା ସମ୍ପୃକ୍ତ ବୃଦ୍ଧ ଜଣକ ଔରାଇ ଅଞ୍ଚଳର ରତଓ୍ବାରା ଗାଁର ବାସିନ୍ଦା। ସେ ତାଙ୍କୁଠାରୁ ଯଥେଷ୍ଟ କମ୍‌ ବୟସ୍କା ଜଣେ ମହିଳାଙ୍କୁ ଭଲ ପାଉଥିଲେ। ବିବାହ କରିବାର ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଉଭୟ ଲିଭ୍‌ଇନ୍‌ରେ ଥିଲେ। ତେବେ କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ବୃଦ୍ଧଙ୍କ ପାଖରେ ଥିବା ଟଙ୍କା ସରିଯିବାରୁ ସେ ସମ୍ପୃକ୍ତ ମହିଳାଙ୍କୁ ନ ଜଣାଇ ଚୁପ୍‌ଚାପ୍‌ ଗାଁକୁ ଯିବାକୁ ସ୍ଥାନୀୟ ଇମିଲିଚଟ୍ଟି ବସଷ୍ଟାଣ୍ଡ୍‌ରେ ପହଞ୍ଚିଥିଲେ। ମହିଳା ଜଣକ କୌଣସି ସୂତ୍ରରୁ ସମ୍ପର୍କିତ ଖବର ପାଇ ବସ୍‌ଷ୍ଟାଣ୍ଡ୍‌ରେ ପହଞ୍ଚି ବୃଦ୍ଧଙ୍କୁ ନିସ୍ତୁକ ପିଟିବା ଆରମ୍ଭ କରିଥିଲେ। ଉପସ୍ଥିତ ଲୋକେ କେବଳ ନୀରବ ଦର୍ଶକ ପାଲଟିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଥାନାକୁ ଆଣିଥିଲେ। ପରେ ସେମାନଙ୍କୁ ଛାଡି ଦିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri