ଲିଭ୍‌ଇନ୍‌ରେ ଲଢ଼େଇ, ବୃଦ୍ଧଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ମହିଳା…

ମୁଜାଫରପୁର,୨୫।୫: ଜଣେ ବୃଦ୍ଧଙ୍କ ପାଇଁ ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ରହିବା ମହଙ୍ଗା ପଡ଼ିଛି। କୌଣସି କାରଣରୁ ବୃଦ୍ଧ ଏବଂ ତାଙ୍କ ସହିତ ଲିଭ୍‌ଇନ୍‌ରେ ରହୁଥିବା ମହିଳାଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ପରିସ୍ଥିତି ଭୟଙ୍କର ହୋଇଥିଲା। ଶେଷରେ ଘର କଥା ଦାଣ୍ଡକୁ ଆସିଛି। ମହିଳା ଜଣକ ବୃଦ୍ଧଙ୍କୁ ସର୍ବସାଧାରଣଙ୍କ ସମ୍ମୁଖରେ ନିସ୍ତୁକ ପିଟିଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ବିହାରର ମୁଜାଫରପୁରରେ ଘଟିଛି। ଲିଭ୍‌ଇନ୍‌ରେ ଥିବା ସମ୍ପୃକ୍ତ ବୃଦ୍ଧ ଜଣକ ଔରାଇ ଅଞ୍ଚଳର ରତଓ୍ବାରା ଗାଁର ବାସିନ୍ଦା। ସେ ତାଙ୍କୁଠାରୁ ଯଥେଷ୍ଟ କମ୍‌ ବୟସ୍କା ଜଣେ ମହିଳାଙ୍କୁ ଭଲ ପାଉଥିଲେ। ବିବାହ କରିବାର ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଉଭୟ ଲିଭ୍‌ଇନ୍‌ରେ ଥିଲେ। ତେବେ କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ବୃଦ୍ଧଙ୍କ ପାଖରେ ଥିବା ଟଙ୍କା ସରିଯିବାରୁ ସେ ସମ୍ପୃକ୍ତ ମହିଳାଙ୍କୁ ନ ଜଣାଇ ଚୁପ୍‌ଚାପ୍‌ ଗାଁକୁ ଯିବାକୁ ସ୍ଥାନୀୟ ଇମିଲିଚଟ୍ଟି ବସଷ୍ଟାଣ୍ଡ୍‌ରେ ପହଞ୍ଚିଥିଲେ। ମହିଳା ଜଣକ କୌଣସି ସୂତ୍ରରୁ ସମ୍ପର୍କିତ ଖବର ପାଇ ବସ୍‌ଷ୍ଟାଣ୍ଡ୍‌ରେ ପହଞ୍ଚି ବୃଦ୍ଧଙ୍କୁ ନିସ୍ତୁକ ପିଟିବା ଆରମ୍ଭ କରିଥିଲେ। ଉପସ୍ଥିତ ଲୋକେ କେବଳ ନୀରବ ଦର୍ଶକ ପାଲଟିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଥାନାକୁ ଆଣିଥିଲେ। ପରେ ସେମାନଙ୍କୁ ଛାଡି ଦିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri