ବିଚ୍‌ ରାସ୍ତାରେ ବିଦ୍ୟାଳୟର ମହିଳା-ପୁରୁଷ କର୍ମଚାରୀଙ୍କ ହାତାହାତି

ପୁରୁଷୋତ୍ତମପୁର,୧୨।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟରୁ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ବିଚ୍‌ ରାସ୍ତାରେ ବାଇଧର ମନ୍ଦିର ନିକଟରେ ବିଦ୍ୟାଳୟର ଜଣେ ମହିଳା ଓ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ହାତାହାତି ହୋଇଥିଲା। ବର୍ତ୍ତମାନ ଏହାର ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ମହିଳା ଜଣକ କାନ୍ଦୁଥିବା ବେଳେ ହଣାକଟା ଧମକ ଦିଆଯାଉଥିବାର ଶୁଣିବାକୁ ମିଳିଛି। ଏହାକୁ ଦେଖି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ରୁଣ୍ଡ ହୋଇଯାଇଥିଲେ। ଖବର ପାଇ ମହିଳାଙ୍କ ସ୍ବାମୀ ଓ ତାଙ୍କ ସମ୍ପର୍କିୟମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ପୁରୁଷୋତ୍ତମପୁର ପୋଲିସକୁ ଏନେଇ ଖବର ଦିଆଯାଇଥିଲା। ପୋଲିସ ତାଙ୍କୁ ଥାନାକୁ ଆଣିଥିବା ବେଳେ ସାମାନ୍ୟ କଥାକୁ ନେଇ ବଚସା ହୋଇଥିବାର କହି ଆପୋଷ ବୁଝାମଣା କରି ସେମାନେ ଘରକୁ ଚାଲିଯାଇଥିଲେ। ତେବେ କେଉଁ କାରଣରୁ ଦୁଇ କର୍ମଚାରୀଙ୍କ ମଧ୍ୟରେ ଏଭଳି ଘଟିଥିଲା ସେନେଇ ଏପର୍ଯ୍ୟନ୍ତ ପ୍ରକୃତ ଘଟଣା ଜଣାପଡିନାହିଁ। ଅନ୍ୟପଟେ ଏନେଇ ବିଦ୍ୟାଳୟର ଅଧ୍ୟକ୍ଷଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି, ଏହି ଘଟଣା ବାହାରେ ଘଟିଛି। ତେଣୁ ସେ ଏ ବିଷୟରେ କିଛି ଜାଣିନାହାନ୍ତି। ଉଭୟ କର୍ମଚାରୀ କଣ୍ଟ୍ରାକ୍‌ଚୁଆଲ ଭାବେ କାର୍ଯ୍ୟରତ ଅଛନ୍ତି। ଏହାର ତଦନ୍ତ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ବିଦ୍ୟାଳୟର ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?