ଜାନୁଆରୀରେ ଜୋରଦାର ହେବ ଲଢ଼େଇ: ବିଜେଡି

ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ୍‌ ପ୍ରକଳ୍ପ ଯୋଗୁ ମାଲକାନଗିରି ଜିଲାର ମୋଟୁ ଅଞ୍ଚଳର କେତେକ ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଏହି ପ୍ରକଳ୍ପ ପାଇଁ ହେବାକୁ ଥିବା କ୍ଷତିକୁ ବିରୋଧ କରି ବିଜେଡି ଏକ ଆନ୍ଦୋଳନ ପାଇଁ ପ୍ରସ୍ତୁତ ହେଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି, ଆସନ୍ତା ଜାନୁଆରୀରୁ ପୋଲାଭରମ୍‌ ବିରୋଧୀ ଆନ୍ଦୋଳନ ଜୋରଦାର ହେବ। ମୋଟୁରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ ଦିଲ୍ଲୀ ଯାଏ ଆନ୍ଦୋଳନ ଜାରି ରହିବ। ପୋଲାଭରମ୍‌ ପ୍ରକଳ୍ପ ହେଲେ, ମାଲକାନଗିରି ଜିଲାର ଶତାଧିକ ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହେବ ବୋଲି ଆକଳନ କରାଯାଉଥିବା ବେଳେ, ବିଜେଡି ମାଲକାନଗିରି ଜିଲାର ସ୍ବାର୍ଥରକ୍ଷା ପାଇଁ ସମସ୍ତ ଉଦ୍ୟମ କରିବ। ଦିଲ୍ଲୀରେ ଭେଟିଥିବା ଅଧିକାରୀମାନଙ୍କଠାରୁ ଉତ୍ତର ଆସିବା ପରେ ବିଜେଡି ତା’ର କାର୍ଯ୍ୟକ୍ରମ ସ୍ଥିର କରିବ ବୋଲି ନବୀନ କହିଛନ୍ତି। ପୋଲାଭରମ୍‌ ପ୍ରକଳ୍ପକୁ ନେଇ ଦିଲ୍ଲୀ ଯାଇଥିବା ପ୍ରତିନିଧି ମଣ୍ଡଳୀ ଶନିବାର ନବୀନଙ୍କୁ ଭେଟି ସେମାନଙ୍କ ରିପୋର୍ଟ ପ୍ରଦାନ କରିଛନ୍ତି।
ପ୍ରତିନିଧି ମଣ୍ଡଳୀ ଦିଲ୍ଲୀ ଯାଇ ସେଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲ, ଅଧ୍ୟକ୍ଷ କେନ୍ଦ୍ର ଜଳ କମିଶନ, ଆଦିବାସୀ ବ୍ୟାପାର ବିଭାଗ ସଚିବ, ପରିବେଶ ଓ ଜଙ୍ଗଲ ବିଭାଗର ସଚିବ ଏବଂ ଜାତୀୟ ଜନଜାତି କମିଶନଙ୍କୁ ଭେଟି ପୋଲାଭରମ୍‌ ପ୍ରକଳ୍ପ ହେଲେ ଓଡ଼ିଶାର ହେବାକୁ ଥିବା କ୍ଷତି ସମ୍ପର୍କରେ ଅବଗତ କରାଇଥିବା ବିଜେଡି ପକ୍ଷରୁ କୁହାଯାଇଛି। ବିଜେଡି ସମନ୍ବୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ନବୀନଙ୍କୁ ଭେଟିଥିବା ପ୍ରତିନିଧି ମଣ୍ଡଳୀରେ ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ନିରଞ୍ଜନ ବିଶି, ସୁବାଶିଷ ଖୁଣ୍ଟିଆ, ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ, ବିଧାୟକ ମନୋହର ରନ୍ଧାରୀ, ରମେଶ ମାଝୀ, ପ୍ରଦୀପ ମାଝୀ, ମାନସ ମାଡକାମୀ, ଭୃଗୁ ବକ୍ସିପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri