Posted inଖେଳ

ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ: ଇକ୍ରାମ

ଭୁବନେଶ୍ୱର, ୧୦।୯: ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସଭାପତି ଟାୟାବ ଇକ୍ରାମ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଠାରେ ସାକ୍ଷାତ କରିଛନ୍ତି। ବିଶ୍ୱ ହକିକୁ ଓଡ଼ିଶାର ଅବଦାନ ଏବଂ ରାଜ୍ୟରେ ହକିର ବିକାଶ ପାଇଁ ମିଳିତ ଉଦ୍ୟମ ସମ୍ପର୍କରେ ଏହି ସାକ୍ଷାତ ଅବସରରେ ଆଲୋଚନା ହୋଇଛି। କ୍ରୀଡ଼ା ସହ ଭିତ୍ତିଭୂମିର ଉନ୍ନତି ଏବଂ ଓଡ଼ିଶାରେ ଆଗାମୀ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ଆୟୋଜନ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ, ମହାସଚିବ ଭୋଳାନାଥ ସିଂ, କ୍ରୀଡ଼ା ସଚିବ ଭାସ୍କରଜ୍ୟୋତି ଶର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।

ପୁରୁଷ ହକି ବିଶ୍ୱକପ ପରି ବଡ଼ ଟୁର୍ନାମେଣ୍ଟଗୁଡ଼ିକର ଆୟୋଜନ ସମୟରେ ଏଫ୍‌ଆଇଏଚ୍‌ର ଅକୁଣ୍ଠ ସହଯୋଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ”ସମ୍ମାନଜନକ ଟୁର୍ନାମେଣ୍ଟଗୁଡ଼ିକ ଆୟୋଜନ କରି ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌ରେ ପରିଣତ ହୋଇଛି। ଅମେ ଆସନ୍ତା ପ୍ରୋ ଲିଗ୍‌ ଆୟୋଜନକୁ ବ୍ୟଗ୍ରତାର ସହ ଅପେକ୍ଷା କରିଛୁ। ଏହା ବ୍ୟତୀତ ଏଫ୍‌ଆଇଏଚ୍‌ ସହଯୋଗରେ ରାଜ୍ୟରେ ଭବିଷ୍ୟତରେ ଆହୁରି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ ପାଇଁ ଆଶା ରଖିଛୁ“ ବୋଲି ଆଲୋଚନା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

କ୍ରୀଡ଼ାକୁ ପ୍ରମୋଟ କରୁଥିବାରୁ ଏବଂ ତୃଣମୂଳ ସ୍ତରରେ କାର୍ଯ୍ୟକ୍ରମ ଆୟୋଜନ କରି ହକି ପ୍ରତିଭା ଅନ୍ବେଷଣ କରୁଥିବାରୁ ଇକ୍ରାମ ମଧ୍ୟ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ଆଥ୍‌ଲେଟ୍‌ ଡେଭଲପ୍‌ମେଣ୍ଟ, ସ୍ପୋଟର୍‌ସ ସାଇନ୍ସ ଏବଂ ଖେଳାଳି ଓ କୋଚ୍‌ଙ୍କ ଫାଇଦା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେବା ଉପରେ ଆଲୋଚନା ହୋଇଥିଲା। ଉଭୟ ଓଡ଼ିଶା ଏବଂ ଦେଶରେ ମହିଳା ହକିକୁ ପ୍ରୋତ୍ସାହିତ କରିବା ଓ ମହିଳା ଆଥ୍‌ଲେଟ୍‌ଙ୍କ ସଶକ୍ତୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶା ସହ ମିଶି ବିଶ୍ୱସ୍ତରରେ ହକିର ବିକାଶ ପାଇଁ ଏଫ୍‌ଆଇଏଚ୍‌ ପ୍ରତିଶ୍ରୁତିବଦ୍ଧ ବୋଲି ଇକ୍ରାମ ପ୍ରକାଶ କରିଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ଇକ୍ରାମଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନ ବନ୍ଦରରେ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଏବଂ ହକି ଇଣ୍ଡିଆର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?