Posted inଖେଳ

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି।

ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ରେ ଅମୀମାଂସିତ ଭାବେ ଶେଷ ହେବା ଦ୍ୱାରା ଶୁଟ୍‌ଆଉଟ ପଦ୍ଧତିର ସହାୟତା ନିଆଯାଇଥିଲା।

ଶୁଟ୍‌ ଆଉଟରେ ଜର୍ମାନୀ ପକ୍ଷରୁ ଜୋନାସ ଭନ୍‌ ଜେରସମ୍‌, ଜଷ୍ଟସ ଓ୍ବାରଓ୍ବିଗ୍‌ ଓ ଲୁକାସ କୋସେଲ ଗୋଲ ସ୍କୋର କରି ବାରେ ସଫଳ ହୋଇଥିବା ବେଳେ ଜର୍ମାନୀ ତରଫରୁ ଏକ ମାତ୍ର ଗୋଲ ଦେଇଥିଲେ ଆରିଷ୍ଟିଡ୍‌ ମିଚେଲିସ୍‌। ଏହି ମ୍ୟାଚରେ ଜର୍ମାନୀର ବିଜୟରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଥିଲେ ଦଳର ଗୋଲ୍‌କିପର ଜାସ୍ପର ଡିଜର। କେବଳ ଶୁଟ୍‌ ଆଉଟ ନୁହେଁ, ସମଗ୍ର ମ୍ୟାଚରେ ସେ ଚମତ୍କାର ଗୋଲ୍‌ ରକ୍ଷଣ କରିଥିଲେ। ସୂଚନାଯୋଗ୍ୟ, ୨୦୨୩ ସଂସ୍କରଣ ଫାଇନାଲରେ ଜର୍ମାନୀ ୨-୧ ଗୋଲ୍‌ରେ ଫ୍ରାନ୍ସକୁ ପରାସ୍ତ କରି ଟାଇଟଲ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri