Posted inଖେଳ

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ ଗୁରୁବାର ୨୪ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଏହି ଦଳରେ ଓଡ଼ିଶାର ୫ ଜଣ ଖେଳାଳି ସ୍ଥାନ ପାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି।

ଏହି ଦଳରେ ଅଲିମ୍ପିଆନ୍ ତଥା ଅଭିଜ୍ଞ ରକ୍ଷଣଭାଗ ଖେଳାଳି ଅମିତ ରୋହିଦାସଙ୍କ ସହ ୫ଜଣ ଓଡ଼ିଆ ଖେଳାଳି ସ୍ଥାନ ପାଇଛନ୍ତି। ଘରୋଇ ପରିବେଶରେ ପ୍ରୋ-ଲିଗ୍ ଭଳି ସମ୍ମାନଜନକ ପ୍ରତିଯୋଗିତା ଖେଳିବାକୁ ଯାଉଥିବା ଓଡ଼ିଶାର ଅନ୍ୟ ଖେଳାଳିମାନେ ହେଲେ ନୀଲମ ସଂଜୀପ ଖେସ୍, ଅମନଦୀପ ଲାକ୍ରା, ରୋଶନ କୁଜୁର ଓ ଶିଳାନନ୍ଦ ଲାକ୍ରା।

୨୧ ବର୍ଷୀୟ ମଧ୍ୟକ୍ରମ ଖେଳାଳି ରୋଶନ କୁଜୁର ପ୍ରଥମ ଥର ପାଇଁ ଭାରତୀୟ ବରିଷ୍ଠ ଦଳରେ ସ୍ଥାନ ପାଇଛନ୍ତି। ସେ କନିଷ୍ଠ ବିଶ୍ୱକପ୍‌ କାଂସ୍ୟ ପଦକ ବିଜେତା ଦଳର ସଦସ୍ୟ ରହିବା ସହ ନିକଟରେ ଶେଷ ହୋଇଥିବା ହକି ଇଣ୍ଡିଆ ଲିଗ୍‌ରେ ବିଜେତା ‘କଳିଙ୍ଗ ଲାନସର୍ସ’ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ। ସେହିଭଳି ହକି ଇଣ୍ଡିଆ ଲିଗ୍‌ରେ ‘ପ୍ଲେୟାର ଅଫ୍ ଦି ଟୁର୍ଣ୍ଣାମେଣ୍ଟ’ ବିବେଚିତ ହୋଇଥିବା ଅମନଦୀପ ଲାକ୍ରା ମଧ୍ୟ ଦଳର ରକ୍ଷଣଭାଗକୁ ଶକ୍ତିଶାଳୀ କରିବେ।

ପୂର୍ବଭଳି ହରମନପ୍ରୀତ ସିଂହ ଦଳର ନେତୃତ୍ୱ ନେବେ। ରାଉରକେଲା ପର୍ଯ୍ୟାୟରେ ଭାରତୀୟ ଦଳ ଶକ୍ତିଶାଳୀ ଆର୍ଜେଣ୍ଟିନା ଓ ବେଲଜିୟମ ବିପକ୍ଷରେ ମଇଦାନକୁ ଓହ୍ଲାଇବ।ମୁଖ୍ୟ ପ୍ରଶିକ୍ଷକ କ୍ରେଗ୍ ଫୁଲଟନ୍‌ଙ୍କ ଅନୁଯାୟୀ, ଦଳରେ ଅଭିଜ୍ଞତା ଓ ଯୁବ ପ୍ରତିଭାର ଏକ ସନ୍ତୁଳନ ରହିଛି, ଯାହା ଘରୋଇ ମାଟିରେ ଦଳକୁ ସଫଳତା ଦେବାରେ ସହାୟକ ହେବ।

ଭାରତୀୟ ଦଳ: ଗୋରକ୍ଷକ-ସୁରଜ କେର୍‌କେରା, ପବନା ରକ୍ଷଣଭାଗ- ଅମିତ ରୋହିଦାସ, ଜର୍ମନପ୍ରୀତ ସିଂହ, ଯୁଗରାଜ ସିଂହ, ହରମପ୍ରୀତ ସିଂହ, ସୁମିତ, ସଂଜୟ, ନୀଲମ ସଂଜୀପ ଖେସ୍, ଅମନଦୀପ ଲାକ୍ରା, ମଧ୍ୟଭାଗ-ରାଜୀନ୍ଦର ସିଂହ, ମନମିତ ସିଂହ, ବିବେକ ସାଗର ପ୍ରସାଦ, ହାର୍ଦିକ ସିଂହ, ମୋଇରଙ୍ଗଥେମ୍ ରବିଚନ୍ଦ୍ର ସିଂହ, ନୀଳକାନ୍ତ ଶର୍ମା, ରୋଶନ କୁଜୁର, ଅଗ୍ରଭାଗ-ଅଭିଷେକ, ସୁଖଜିତ ସିଂହ, ଶିଳାନନ୍ଦ ଲାକ୍ରା, ସେଲଭମ୍ କାର୍ତ୍ତି। ମନ୍ଦୀପ ସିଂହ, ଅରାଇଜିତ ସିଂହ ହୁଣ୍ଡାଲ, ଆଦିତ୍ୟ ଅର୍ଜୁନ ଲଲାଗେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri