ଫିକି ସିଇଓ ପ୍ରତିନିଧି ଦଳର ଆମେରିକା ଗସ୍ତ

ଭୁବନେଶ୍ୱର,୨୦।୧୦: ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ତଥା ଫିକି ଇଣ୍ଡିଆର ବରିଷ୍ଠ ଉପସଭାପତି (ସିନିୟର ଭାଇସ୍‌ ପ୍ରେସିଡେଣ୍ଟ) ଶୁଭ୍ରକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଦେଶର ପ୍ରମୁଖ କମ୍ପାନୀର ସିଇଓମାନଙ୍କର ଏକ ପ୍ରତିନିଧି ମଣ୍ଡଳୀ ନିକଟରେ ଆମେରିକା ଗସ୍ତ କରିଥିଲା। ଏହି ପରିପ୍ରେକ୍ଷୀରେ ୱାଶିଂଟନଠାରେ ଆମେରିକା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା ହୋଇଥିଲା। ଏହି ପ୍ରତିନିଧି ଦଳ ଜର୍ଜ ୱାଶିଂଟନ ବିଶ୍ୱବିଦ୍ୟାଳୟର ପ୍ରଫେସର ଓ ଛାତ୍ର, ଓଆର୍‌ଏଫ୍‌ ଆମେରିକା ଏବଂ ଆଟଲାଣ୍ଟିକ୍‌ କାଉନସିଲ୍‌ ଭଳି ଥିଙ୍କ୍‌ ଟ୍ୟାଙ୍କ୍‌ ଏବଂ ଆନ୍ତର୍ଜତିକ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ମୁଖ୍ୟ ଅର୍ଥନୀତିଜ୍ଞଙ୍କ ସହ ଆଲୋଚନା କରିଥିଲେ।

ଆମେରିକାରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ତରଣଜିତ ସିଂ ସାନ୍ଧୁ ଏହି ଅବସରରେ ଫିକି ପ୍ରତିନିଧି ଦଳ ସହ ଏକ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ସାନ୍ଧୁ ଏକ ସୁସ୍ଥ ଦ୍ବିପାକ୍ଷିକ ବାଣିଜି୍ୟକ ସମ୍ପର୍କ ଦ୍ୱାରା ଭାରତ-ଆମେରିକା ଦୁଇ ଦେଶ ମଧ୍ୟରେ ସମ୍ପର୍କ ସୁଦୃଢ଼ ହେବା ନେଇ ପରାମର୍ଶ ଦେଇଥିଲେ। ଏହି ଗସ୍ତ ଅବସରରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ଆଲୋଚନା ହୋଇଥିଲା। ୟୁପିଆଇ, ଡିଜି ଲକର ଭଳି ଡିଜିଟାଲାଇଜେଶନ ପଦକ୍ଷେପ ଦ୍ୱାରା ହୋଇଥିବା ଭାରତର ସଫଳ ଅଭିବୃଦ୍ଧି କାହାଣୀକୁ ଇନ୍‌ଭେଷ୍ଟର ଓ ନୀତି ନିର୍ଦ୍ଧାରକମାନଙ୍କ ପାଖରେ ଉପସ୍ଥାପନ କରିଥିବା ଯୋଗୁ ପଣ୍ଡା କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ। ଭାରତ ବିଶ୍ୱ ଯୋଗାଣ ଶୃଙ୍ଖଳାକୁ ଆକର୍ଷିତ କରିବାର ସୁଯୋଗ ମଧ୍ୟ ରହିଛି ଏବଂ ଫିକି ଏହି ଦିଗରେ କାର୍ଯ୍ୟ କରିବା ନେଇ ପଣ୍ଡା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri