ଫିକି ସିଇଓ ପ୍ରତିନିଧି ଦଳର ଆମେରିକା ଗସ୍ତ

ଭୁବନେଶ୍ୱର,୨୦।୧୦: ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ତଥା ଫିକି ଇଣ୍ଡିଆର ବରିଷ୍ଠ ଉପସଭାପତି (ସିନିୟର ଭାଇସ୍‌ ପ୍ରେସିଡେଣ୍ଟ) ଶୁଭ୍ରକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଦେଶର ପ୍ରମୁଖ କମ୍ପାନୀର ସିଇଓମାନଙ୍କର ଏକ ପ୍ରତିନିଧି ମଣ୍ଡଳୀ ନିକଟରେ ଆମେରିକା ଗସ୍ତ କରିଥିଲା। ଏହି ପରିପ୍ରେକ୍ଷୀରେ ୱାଶିଂଟନଠାରେ ଆମେରିକା ଗସ୍ତରେ ଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା ହୋଇଥିଲା। ଏହି ପ୍ରତିନିଧି ଦଳ ଜର୍ଜ ୱାଶିଂଟନ ବିଶ୍ୱବିଦ୍ୟାଳୟର ପ୍ରଫେସର ଓ ଛାତ୍ର, ଓଆର୍‌ଏଫ୍‌ ଆମେରିକା ଏବଂ ଆଟଲାଣ୍ଟିକ୍‌ କାଉନସିଲ୍‌ ଭଳି ଥିଙ୍କ୍‌ ଟ୍ୟାଙ୍କ୍‌ ଏବଂ ଆନ୍ତର୍ଜତିକ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ମୁଖ୍ୟ ଅର୍ଥନୀତିଜ୍ଞଙ୍କ ସହ ଆଲୋଚନା କରିଥିଲେ।

ଆମେରିକାରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ତରଣଜିତ ସିଂ ସାନ୍ଧୁ ଏହି ଅବସରରେ ଫିକି ପ୍ରତିନିଧି ଦଳ ସହ ଏକ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ସାନ୍ଧୁ ଏକ ସୁସ୍ଥ ଦ୍ବିପାକ୍ଷିକ ବାଣିଜି୍ୟକ ସମ୍ପର୍କ ଦ୍ୱାରା ଭାରତ-ଆମେରିକା ଦୁଇ ଦେଶ ମଧ୍ୟରେ ସମ୍ପର୍କ ସୁଦୃଢ଼ ହେବା ନେଇ ପରାମର୍ଶ ଦେଇଥିଲେ। ଏହି ଗସ୍ତ ଅବସରରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ଆଲୋଚନା ହୋଇଥିଲା। ୟୁପିଆଇ, ଡିଜି ଲକର ଭଳି ଡିଜିଟାଲାଇଜେଶନ ପଦକ୍ଷେପ ଦ୍ୱାରା ହୋଇଥିବା ଭାରତର ସଫଳ ଅଭିବୃଦ୍ଧି କାହାଣୀକୁ ଇନ୍‌ଭେଷ୍ଟର ଓ ନୀତି ନିର୍ଦ୍ଧାରକମାନଙ୍କ ପାଖରେ ଉପସ୍ଥାପନ କରିଥିବା ଯୋଗୁ ପଣ୍ଡା କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ। ଭାରତ ବିଶ୍ୱ ଯୋଗାଣ ଶୃଙ୍ଖଳାକୁ ଆକର୍ଷିତ କରିବାର ସୁଯୋଗ ମଧ୍ୟ ରହିଛି ଏବଂ ଫିକି ଏହି ଦିଗରେ କାର୍ଯ୍ୟ କରିବା ନେଇ ପଣ୍ଡା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri