ଅହମଦାବାଦରେ ଫିକିର ଜାତୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକ

ଭୁବନେଶ୍ୱର, ୬।୧୦:ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଜାତୀୟ କାର୍ଯ୍ୟନିର୍ବାହୀ କମିଟି ବୈଠକ ଅହମଦାବାଦଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ପଟେଲ ଉପସ୍ଥିତ ବ୍ୟକ୍ତିବିଶେଷଙ୍କୁ ସମ୍ବୋଧନକରି କହିଥିଲେ, ଗୁଜରାଟ ରାଜ୍ୟ ସହ ଫିକିର ଦୀର୍ଘ ସହଭାଗିତା ଏବଂ ବିଭାଗୀୟ ନୀତି ନିର୍ଦ୍ଧାରଣରେ ଏହାର ଯୋଗଦାନକୁ ପଟେଲ ଉଚ୍ଚ ପ୍ରଶଂସା କରିଥିଲେ। ଏପରିକି ରାଜ୍ୟରେ ଏକ ବୃହତ୍‌ ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବାରେ ଏହା ବେଶ୍‌ ସହାୟତା କରିଛି। ଏହି ଅବସରରେ ଫିକିର ସଭାପତି ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା କହିଥିଲେ, ଗୁଜରାଟ ଗତ ୨ ଦଶନ୍ଧି ମଧ୍ୟରେ ବାର୍ଷିକ ୧୫%ର ଚକ୍ରବୃଦ୍ଧି ହାରରେ ବିକାଶ କରି ଉଲ୍ଲେଖନୀୟ ପ୍ରଗତି ହାସଲ କରିଛି। ବିଶେଷକରି ଗୁଜରାଟରେ ୧୦୦ରୁ ଊର୍ଦ୍ଧ୍ୱ ପ୍ରମୁଖ ଆନ୍ତର୍ଜାତିକ କମ୍ପାନୀ ଏବଂ ୧୩ ଲକ୍ଷ କ୍ଷୁଦ୍ର, ମଧ୍ୟମ ଓ ଲଘୁ ଉଦ୍ୟୋଗ କାର୍ଯ୍ୟକ୍ଷମ ଥିବାବେଳେ ଭାରତର ରପ୍ତାନିରେ ଗୁଜରାଟର ଏକ ତୃତୀୟାଂଶ ଯୋଗଦାନ ରହିଛି। ବିଶ୍ୱର ତୃତୀୟ ବୃହତମ ଅର୍ଥନୀତିରେ ପରିଣତ ହେବା ପାଇଁ ଭାରତର ଅଗ୍ରଗତି ରାଜ୍ୟର ନିରନ୍ତର ଯୋଗଦାନ ଉପରେ ନିର୍ଭର କରିବ। ଅନ୍ୟମାନଙ୍କ ମଧ୍ୟରେ ଫିକିର ଉପସଭାପତି ହର୍ଷବର୍ଦ୍ଧନ ଅଗ୍ରୱାଲ ଏବଂ ପୂର୍ବ ସଭାପତି ପଙ୍କଜ ପଟେଲ ଏବଂ ରାସେସ୍‌ ଶାହା ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ଡିପିଆଇଆଇଟିର ସ୍ବତନ୍ତ୍ର ସଚିବ ସୁମିତା ଦାୱଡା ପ୍ରଧାନମନ୍ତ୍ରୀ ଗତି ଶକ୍ତି ନ୍ୟାଶନାଲ ମାଷ୍ଟର ପ୍ଲାନ୍‌ ଉପରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri