ଚେନ୍ନାଇରେ ଫିକିର ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୩୦।୪:  ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଚେନ୍ନାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିକିର ଜାତୀୟ କାର୍ଯ୍ୟକାରିଣୀ ବୈଠକକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାମିଲନାଡୁର ଆଇଟି ଓ ଡିଜିଟାଲ ସର୍ଭିସ ମନ୍ତ୍ରୀ ଏମ୍‌.ଥଙ୍ଗାରାଜ୍‌,ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଟି.ଏମ୍‌. ଅନବରସନ୍‌ଙ୍କ ସମେତ ଫିକିର ବହୁ ବରିଷ୍ଠ ପଦାଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଫିକି-ଡେଲୋଏଟ୍‌ ଦ୍ବାରା ପ୍ରସ୍ତୁତ ନଲେଜ୍‌ ପେପର ଅତିଥିମାନଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା। ଉକ୍ତ ପୁସ୍ତିକାରେ ୨୦୩୦-୩୧ ସୁଦ୍ଧା ତାମିଲନାଡୁ କିପରି ଏକ ଟ୍ରିଲିୟନ୍‌ ଡଲାର ଅର୍ଥନୀତିରେ ପରିଣତ ହେବ ସେ ସମ୍ପର୍କରେ ବିସ୍ତୃତ ଉଲ୍ଲେଖ କରାଯାଇଛି।
ଏ ସମ୍ପର୍କରେ ଫିକି ଅଧ୍ୟକ୍ଷ ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା କହିଛନ୍ତି, ଦେଶର ୧୫% ପିଏଚ୍‌.ଡି. ଏବଂ ୧୧% ସ୍ନାତକୋତ୍ତର କେବଳ ତାମିଲନାଡୁରୁ ହୋଇଥିବା ବେଳେ ଏହି ମାନବ ସମ୍ବଳ ଜରିଆରେ ତାମିଲନାଡୁ ଆଗାମୀ ଦିନରେ ଉଭୟ ଗବେଷଣା ଏବଂ ଉଦ୍ଭାବନର ପେଣ୍ଠସ୍ଥଳୀ ହୋଇପାରିବ ବୋଲି ପଣ୍ଡା ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ପଣ୍ଡା ଚେନ୍ନାଇ ଗସ୍ତ ସମୟରେ ଦକ୍ଷିଣ ଭାରତର ୬ଟି ଶିଳ୍ପ ସମ୍ବନ୍ଧୀୟ ଆସୋସିଏସନକୁ ନେଇ ଗଠନ ହୋଇଥିବା କନ୍‌ସଲଟିଭ୍‌ କମିଟି ଅଫ୍‌ ସିଟି ଚାମ୍ବର ଅଫ୍‌ କର୍ମସ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ସମ୍ବର୍ଦ୍ଧିତ ହୋଇଥିଲେ। ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ଉଦ୍‌ବୋଧନ ଦେଇ ପଣ୍ଡା ଦେଶର ଆଗାମୀ ଅର୍ଥନୈତିକ ସମ୍ଭାବନା ସମ୍ବନ୍ଧରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri