ଚେନ୍ନାଇରେ ଫିକିର ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ,୩୦।୪:  ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶନିବାର ଚେନ୍ନାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିକିର ଜାତୀୟ କାର୍ଯ୍ୟକାରିଣୀ ବୈଠକକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାମିଲନାଡୁର ଆଇଟି ଓ ଡିଜିଟାଲ ସର୍ଭିସ ମନ୍ତ୍ରୀ ଏମ୍‌.ଥଙ୍ଗାରାଜ୍‌,ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଟି.ଏମ୍‌. ଅନବରସନ୍‌ଙ୍କ ସମେତ ଫିକିର ବହୁ ବରିଷ୍ଠ ପଦାଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଫିକି-ଡେଲୋଏଟ୍‌ ଦ୍ବାରା ପ୍ରସ୍ତୁତ ନଲେଜ୍‌ ପେପର ଅତିଥିମାନଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା। ଉକ୍ତ ପୁସ୍ତିକାରେ ୨୦୩୦-୩୧ ସୁଦ୍ଧା ତାମିଲନାଡୁ କିପରି ଏକ ଟ୍ରିଲିୟନ୍‌ ଡଲାର ଅର୍ଥନୀତିରେ ପରିଣତ ହେବ ସେ ସମ୍ପର୍କରେ ବିସ୍ତୃତ ଉଲ୍ଲେଖ କରାଯାଇଛି।
ଏ ସମ୍ପର୍କରେ ଫିକି ଅଧ୍ୟକ୍ଷ ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା କହିଛନ୍ତି, ଦେଶର ୧୫% ପିଏଚ୍‌.ଡି. ଏବଂ ୧୧% ସ୍ନାତକୋତ୍ତର କେବଳ ତାମିଲନାଡୁରୁ ହୋଇଥିବା ବେଳେ ଏହି ମାନବ ସମ୍ବଳ ଜରିଆରେ ତାମିଲନାଡୁ ଆଗାମୀ ଦିନରେ ଉଭୟ ଗବେଷଣା ଏବଂ ଉଦ୍ଭାବନର ପେଣ୍ଠସ୍ଥଳୀ ହୋଇପାରିବ ବୋଲି ପଣ୍ଡା ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ପଣ୍ଡା ଚେନ୍ନାଇ ଗସ୍ତ ସମୟରେ ଦକ୍ଷିଣ ଭାରତର ୬ଟି ଶିଳ୍ପ ସମ୍ବନ୍ଧୀୟ ଆସୋସିଏସନକୁ ନେଇ ଗଠନ ହୋଇଥିବା କନ୍‌ସଲଟିଭ୍‌ କମିଟି ଅଫ୍‌ ସିଟି ଚାମ୍ବର ଅଫ୍‌ କର୍ମସ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ସମ୍ବର୍ଦ୍ଧିତ ହୋଇଥିଲେ। ଉକ୍ତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ଉଦ୍‌ବୋଧନ ଦେଇ ପଣ୍ଡା ଦେଶର ଆଗାମୀ ଅର୍ଥନୈତିକ ସମ୍ଭାବନା ସମ୍ବନ୍ଧରେ ବିସ୍ତୃତ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri