ଗୁରୁବାରଠାରୁ ଘରକୁ ଘର ବୁଲି ଦିଆଯିବ ଫାଇଲେରିଆ ବଟିକା

ଭୁବନେଶ୍ୱର,୯।୨(ବ୍ୟୁରୋ): ଗୁରୁବାରଠାରୁ ଦିଆଯିବ ଫାଇଲେରିଆ ଔଷଧ। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଫାଇଲେରିଆ ନିରାକରଣ ଲାଗି ମାସ୍‌ ଡ୍ରଗ ଆଡମିନିଷ୍ଟ୍ରେଶନ ଅଭିଯାନ ଆଧାରରେ ଏହି ଔଷଧ ବଣ୍ଟନ କରାଯିବ। ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଅଭିଯାନ ହେବାକୁ ଥିବା ବେଳେ ଫେବୃୟାରୀ ୧୦ ଅର୍ଥାତ ଗୁରୁବାରଠାରୁ ଏହାର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ଏ ନେଇ ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ୧୫ଟି ପ୍ରିଭାଲେଣ୍ଟ ଜିଲାରେ ମାସ୍‌ ଡ୍ରଗ ଆଡମିନିଷ୍ଟ୍ରେଶନ ଅଭିଯାନ କରାଯିବ। ସେହି ସବୁ ଜିଲା ଗୁଡ଼ିକର ଲୋକଙ୍କୁ ଦୁଇଟି ଔଷଧ ଦିଆଯିବ। ଫାଇଲେରିଆ ଏବଂ ଆଲବେଣ୍ଡାଜୋଲ, ଏହି ଦୁଇଟି ଔଷଧ ୨ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ଦିଆଯିବ। ଗୁରୁବାର ପ୍ରଥମ ପର୍ଯ୍ୟାୟରେ ୮ ଜିଲାରେ ଏହି ଅଭିଯାନ ଆରମ୍ଭ ହେବ। ଏହି ଜିଲା ଗୁଡ଼ିକ ହେଲା ଅନୁଗୋଳ, ବାଲେଶ୍ୱର, କଟକ, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡା, ନୟାଗଡ଼ ଏବଂ ନୂଆପଡା। ବାକି ୭ଟି ଜିଲା ବରଗଡ଼, କେନ୍ଦୁଝର, କନ୍ଧମାଳ, ମୟୂରଭଞ୍ଜ, ସମ୍ବଲପୁର, ସୋନପୁର ଏବଂ ସୁନ୍ଦରଗଡ଼ରେ ମାର୍ଚ୍ଚ ୭ ତାରିଖରୁ ଅଭିଯାନ ଆରମ୍ଭ ହେବ ବୋଲି ସେ କହିଛନ୍ତି। ଏଥିଲାଗି ପ୍ରାୟ ୫୫,୫୪୪ ଜଣ ସ୍ବାସ୍ଥ୍ୟକର୍ମୀ ନିୟୋଜିତ ହେବେ। ଏହାଛଡ଼ା ୫,୫୫୫ ଜଣ ସୁପରଭାଇଜ୍‌ କରିବେ। ସେଥିପାଇଁ ପୂରା ପ୍ରସ୍ତୁତି ହୋଇଛି। ସ୍ବାସ୍ଥ୍ୟକର୍ମୀଙ୍କ ଉପସ୍ଥିତିରେ ସମସ୍ତେ ଔଷଧ ଖାଇବେ। ତେବେ ଗର୍ଭବତୀ ମହିଳା, ଅତି ଦୁର୍ବଳ ଲୋକ ଓ ୨ ବର୍ଷରୁ କମ ପିଲାଙ୍କୁ ଏହି ମେଡିସିନ ଦିଆଯିବ ନାହିଁ। ପ୍ରଥମ ଥର ପାଇଁ ଶିକ୍ଷାନୁଷ୍ଠାନ, ଅଫିସକୁ ଯାଇ ଔଷଧ ବାଣ୍ଟିବେ ସ୍ବାସ୍ଥ୍ୟକର୍ମୀ। ଏଥିରେ କୌଣସି ପାର୍ଶ ପ୍ରତିକ୍ରିୟା ନ ଥିବା ବେଳେ ସମସ୍ତଙ୍କୁ ଏହି ଔଷଧ ଖାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?