ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ, ଓଡ଼ିଶା ବ୍ରିଜ୍‌ ଆଣ୍ଡ କନ୍‌ଷ୍ଟ୍ରକ୍‌ଶନ କମ୍ପାନୀ (ଓବିସିସି) ଏବଂ ଟାଟା ପ୍ରୋଜେକ୍ଟ ଲିମିଟେଡ୍‌ ବିରୋଧରେ ମାମଲା ରୁଜୁ ପାଇଁ ସିଂହଦ୍ୱାର ପୋଲିସକୁ ପୁରୀ ଏସ୍‌ଡିଜେଏମ୍‌ ନିର୍ଦ୍ଦେଶ ଦେଇଛନ୍ତି। ଉପରୋକ୍ତ ୩ ପକ୍ଷଙ୍କ ବିରୋଧରେ ଆବେଦନକାରୀ କରିଥିବା ଏତଲାକୁ ଗ୍ରହଣ କରିବା ସହ ତଦନ୍ତ ନିମନ୍ତେ ପୋଲିସକୁ କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଓକିଲ ସଂଘ ପକ୍ଷରୁ ପ୍ରଥମେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରାଯାଇ ନିର୍ମାଣ କାର୍ଯ୍ୟର ସମୀକ୍ଷା କରାଯାଇଥିଲା। ପରେ ନିର୍ମାଣ କାର୍ଯ୍ୟ ବେଆଇନ ଭାବେ କରାଯାଉଥିବା ଅଭିଯୋଗ କରି ପୁରୀ ଜିଲାପାଳ, ଓବିସିସିର ଅଧିକାରୀ ଏବଂ ଟାଟା ପ୍ରୋଜେକ୍ଟ ଲିମିଟେଡ୍‌ର ପ୍ରୋଜେକ୍ଟ ମ୍ୟାନେଜରଙ୍କ ବିରୋଧରେ ସିଂହଦ୍ୱାର ଥାନାରେ ଗତ ମାର୍ଚ୍ଚ ୧୬ତାରିଖରେ ଏତଲା ଦିଆଯାଇଥିଲା। ହେଲେ ପୋଲିସ ଏତଲାକୁ ଗ୍ରହଣ ନ କରିବାରୁ ଏସ୍‌ଡିଜେଏମ୍‌ କୋର୍ଟରେ ଏନେଇ ଏକ ମାମଲା ଦାୟର ହୋଇଥିଲା। ଆନ୍‌ସିଏଣ୍ଟ ମନୁମେଣ୍ଟସ ଆଣ୍ଡ ଆର୍କିଓଲୋଜିକାଲ ସାଇଟ୍ସ ରିମେନ୍ସ(ଆମସାର୍‌) ଆକ୍ଟ-୧୯୫୮ ଧାରା ୩୦(ଏ) ଓ ଆଇପିସି ଧାରା ୧୬୬(ଏ)ରେ ତଦନ୍ତ କରିବାକୁ ସିଂହଦ୍ୱାର ଥାନାକୁ ନିର୍ଦ୍ଦେଶ ଦିଆଯାଇଛି। ଆଇନଜୀବୀ ଶରତ ରାୟଗୁରୁ କହିଛନ୍ତି, ଆମ୍‌ସାର୍‌ ଆକ୍ଟକୁ ଉଲ୍ଲଂଘନ କରି ବେଆଇନ ନିର୍ମାଣ କାର୍ଯ୍ୟ ହେଉଥିବା ଅଭିଯୋଗ କରିଥିଲୁ। ଏତଲାକୁ ଗ୍ରହଣ କରା ନ ଯିବାରୁ ଗତ ଏପ୍ରିଲ ୧୩ରେ ଏସ୍‌ଡିଏଜେଏମ୍‌ଙ୍କ ନିକଟରେ ଏକ ଓ୍ବାନ୍‌ସିସି ମକଦ୍ଦମା (ନଂ.୧୦୨/୨୦୨୨) ଦାଖଲ କରିଥିଲୁ। ମାମଲାରେ ଉଲ୍ଲେଖ ରହିଥିଲା ଯେ, ଶ୍ରୀମନ୍ଦିର ଚାରିପାଖରେ ବେଆଇନ ନିର୍ମାଣ କାର୍ଯ୍ୟ ହେଉଥିବାବେଳେ ଏନେଇ ଏତଲା ଗ୍ରହଣ କରାଯାଉନାହିଁ। ଆମ୍‌ସାର୍‌ ଆକ୍ଟ-୧୯୫୮ ଅନୁଯାୟୀ, ୨ବର୍ଷ କାରାଦଣ୍ଡ ଓ ୧ ଲକ୍ଷ ଟଙ୍କାର ଜରିମାନାର ପ୍ରାବଧାନ ରହିଛି। ଆମସାର୍‌ ଆକ୍ଟ- ୩୦(ଏ) ଦଣ୍ଡ ବିଧାନ ଅନୁଯାୟୀ ଦଫା ଲଗାଯାଇ ମକଦ୍ଦମା କରାଯାଇଥିଲା। ଏହା ବ୍ୟତୀତ ଆମ୍‌ସାର୍‌ ଆକ୍ଟ (୧୯୫୮)ର ୩୦(ବି), ୩୦(ସି) ଓ ୧୬୬ ଓ ୩୪ ଆଇପିସି ଧାରା ଆଧାରରେ ଥାନାରେ ମାମଲା ରୁଜୁ ହୋଇଥିବା ଏସ୍‌ଡିଜେଏମ୍‌ କୋର୍ଟରେ ଉଲ୍ଲେଖ କରାଯାଇଥିଲା। ଏସଡିଜେଏମ୍‌ କୋର୍ଟରେ ମାମଲା ରୁଜୁ କରିଥିବା ଆବେଦନକାରୀ ତଥା ପୁରୀ ଜିଲା ଓକିଲ ସଂଘର ସମ୍ପାଦକ ବିଭୂତି ଶଙ୍କର ତ୍ରିପାଠୀ କହିଛନ୍ତି, ଏସ୍‌ଡିଜେଏମ୍‌ କୋର୍ଟଙ୍କ ରାୟ ସ୍ବାଗତଯୋଗ୍ୟ। କୋର୍ଟ ନିଷ୍ପତ୍ତି କ୍ରମେ ପୋଲିସ ଏତଲା ପଞ୍ଜୀକୃତ କରି କାର୍ଯ୍ୟାନୁଷ୍ଠାନ ନେବ ବୋଲି ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri