୭ ଦିନରେ ଜବାବ ଦାଖଲ କର: ହାଇକୋର୍ଟ

କଟକ,୮ା୭(କାର୍ତ୍ତିକ ସାହୁ): ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶର ଅବମାନନାକୁ ନେଇ ଆଗତ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ଆବେଦନକାରୀ ଜିତେନ୍ଦ୍ର ବିଶ୍ୱାଳଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ବିଚାରପତି ବିଶ୍ବନାଥ ରଥ ଆଗାମୀ ୭ ଦିନ ମଧ୍ୟରେ ଜବାବ ଦାଖଲ ନିମନ୍ତେ ଗଜପତି ମହାରାଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମମାନଙ୍କ ନିମନ୍ତେ ଦର୍ଶନ ବ୍ୟବସ୍ଥା କରିବାକୁ ହାଇକୋର୍ଟ ଦୁଇ ଥର ନିର୍ଦ୍ଦେଶ ଦେଇଥିଲେ। ଏନେଇ ହାଇକୋର୍ଟ ଯଥେଷ୍ଟ ସମୟ ଦେଇଥିଲେ ସୁଦ୍ଧା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଗଲାନାହିଁ; ଯଦ୍ଦ୍ବାରା ଆବେଦନକାରୀ ଦ୍ୱିତୀୟ ଥର ପାଇଁ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ନିମନ୍ତେ ଆବେଦନକାରୀ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ହାଇକୋର୍ଟରେ ମାମଲାର ଶୁଣାଣି ହୋଇ ଏକ ମାସ ମଧ୍ୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅବଧି ଅତିକ୍ରମ କରିସାରିଥିଲେ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ବରିଷ୍ଠ ଆଇନଜୀବୀ ଗୌତମ ଆଚାର୍ଯ୍ୟ ଓ ଅରୁଣ କୁମାର ବୁଦ୍ଧିଆ ମାମଲାର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri