୭ ଦିନରେ ଜବାବ ଦାଖଲ କର: ହାଇକୋର୍ଟ

କଟକ,୮ା୭(କାର୍ତ୍ତିକ ସାହୁ): ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶର ଅବମାନନାକୁ ନେଇ ଆଗତ ମାମଲାର ଶୁଣାଣି ଶୁକ୍ରବାର ହୋଇଛି। ଆବେଦନକାରୀ ଜିତେନ୍ଦ୍ର ବିଶ୍ୱାଳଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ବିଚାରପତି ବିଶ୍ବନାଥ ରଥ ଆଗାମୀ ୭ ଦିନ ମଧ୍ୟରେ ଜବାବ ଦାଖଲ ନିମନ୍ତେ ଗଜପତି ମହାରାଜା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମମାନଙ୍କ ନିମନ୍ତେ ଦର୍ଶନ ବ୍ୟବସ୍ଥା କରିବାକୁ ହାଇକୋର୍ଟ ଦୁଇ ଥର ନିର୍ଦ୍ଦେଶ ଦେଇଥିଲେ। ଏନେଇ ହାଇକୋର୍ଟ ଯଥେଷ୍ଟ ସମୟ ଦେଇଥିଲେ ସୁଦ୍ଧା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଗଲାନାହିଁ; ଯଦ୍ଦ୍ବାରା ଆବେଦନକାରୀ ଦ୍ୱିତୀୟ ଥର ପାଇଁ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଶ୍ରୀମନ୍ଦିରରେ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଦର୍ଶନ ନିମନ୍ତେ ଆବେଦନକାରୀ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ହାଇକୋର୍ଟରେ ମାମଲାର ଶୁଣାଣି ହୋଇ ଏକ ମାସ ମଧ୍ୟରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅବଧି ଅତିକ୍ରମ କରିସାରିଥିଲେ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ବରିଷ୍ଠ ଆଇନଜୀବୀ ଗୌତମ ଆଚାର୍ଯ୍ୟ ଓ ଅରୁଣ କୁମାର ବୁଦ୍ଧିଆ ମାମଲାର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?