ଅନ୍‌ଲାଇନରେ ମାଟ୍ରିକ ଫର୍ମ ପୂରଣ

ଭୁବନେଶ୍ୱର, ୭।୧(ବ୍ୟୁରୋ) :ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ। ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ତେବେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। କରୋନା ମହାମାରୀ ଭିତରେ ଚଳିତବର୍ଷ ଫର୍ମ ପୂରଣ ଅନ୍‌ଲାଇନରେ ହେବ ବୋଲି କୁହାଯାଇଛି। ବିଜ୍ଞପ୍ତି ଅନୁସାରେ, ଜାନୁୟାରୀ ୧୦ରୁ ଫେବୃୟାରୀ ୨ ଯାଏ ଅନ୍‌ଲାଇନରେ ଫର୍ମ ପୂରଣ ପ୍ରକ୍ରିୟା ଚାଲିବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଅନ୍‌ଲାଇନରେ ଫର୍ମ ପୂରଣ କରିବେ। ରେଗୁଲାର, ଏକ୍ସ-ରେଗୁଲାର, କରେସ୍‌ପଣ୍ଡେନ୍ସ ରେଗୁଲାର ଓ ଏକ୍ସ-କରେସ୍‌ପଣ୍ଡେନ୍ସ ରେଗୁଲାର ପରୀକ୍ଷା ପାଇଁ ୧୦ ତାରିଖ ପୂର୍ବାହ୍ନ ୧୦ଟାରୁ ଫର୍ମ ପୂରଣ ଆରମ୍ଭ ହେବ। ତେବେ ବିନା ଜରିମାନା ସହ ଫର୍ମ ଦାଖଲର ଶେଷ ତାରିଖ ଜାନୁୟାରୀ ୨୮ ମଧ୍ୟରାତ୍ର ଓ ଫି’ ଦାଖଲର ଶେଷ ତାରିଖ ଜାନୁୟାରୀ ୨୭ ରାତି ୧୧ଟା ୪୫ ରହିଛି। ସେହିଭଳି ଜରିମାନା ସହ ଫର୍ମ ଦାଖଲର ଶେଷ ତାରିଖ ଫେବୃୟାରୀ ୨ ମଧ୍ୟରାତ୍ରି ରହିଥିବା ବେଳେ ଜାନୁୟାରୀ ୨୮ରୁ ଫେବୃୟାରୀ ୧ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଫି’ ଦାଖଲ କରିପାରିବେ। www.bseodisha.ac.in ୱେବ୍‌ସାଇଟ୍‌ରେ ଫର୍ମ ପୂରଣ ପାଇଁ ଲିଙ୍କ୍‌ ଓ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଥିବା ସୂଚନା ଦିଆଯାଇଛି।
ରାଜ୍ୟ ସରକାରଙ୍କ ଘୋଷଣା ଅନୁସାରେ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ପାଇଁ ୧୦୦ ଦିନ ପାଠ ପଢ଼ା ହେବ। ଶନିବାର ଓ ରବିବାର ସ୍କୁଲ ବନ୍ଦ ରହିବ ନାହିଁ। ଏସବୁ ଦିନରେ ମଧ୍ୟ କ୍ଲାସ ଚାଲୁରହିବ। ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁୟାରୀ ୮ରୁ ଏପ୍ରିଲ ୨୬ ପର୍ଯ୍ୟନ୍ତ ପାଠପଢ଼ା ହେବ। ଦ୍ୱାଦଶ ପିଲାଙ୍କ ପାଇଁ ଜାନୁୟାରୀ ୮ରୁ ଏପ୍ରିଲ ୨୮ ଯାଏ ପାଠପଢ଼ା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?