Posted inଜାତୀୟ

ସୂଚନା କମିଶନ ପଦବୀ ପୂରଣ କର

ନୂଆଦିଲ୍ଲୀ,୩୧ା୧୦: କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ଗୁଡ଼ିକରେ ଖାଲିଥିବା ପଦବୀଗୁଡ଼ିକୁ ପୁରଣ କରିବା ପାଇଁ ପଦକ୍ଷେପ ନେବା ସକାଶେ ସୋମବାର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟଥା ୨୦୦୫ରେ ପ୍ରଣୀତ ସୂଚନା ଅଧିକାର (ସୂଚନା ଅଧିକାର) ଆଇନ ଏକ ‘ମୃତପତ୍ର’ ପାଲଟିଯିବ ବୋଲି ତିନିଜଣିଆ ଖଣ୍ଡପୀଠ ସତର୍କ କରାଇଛନ୍ତି।
ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ଜେ.ବି. ପରଦିଓ୍ବାଲା ଏବଂ ମନୋଜ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ସିଆଇସି, ଏସ୍‌ଆଇସିରେ ଖାଲି ପଦବୀ ପୂରଣ ସକାଶେ କେନ୍ଦ୍ର ଓ ରାଜ୍ୟ ସରକାରମାନେ ବିଫଳ ହୋଇଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହ କାର୍ମିକ ଓ ତାଲିମ ବିଭାଗ (ଡିଓପିଟି)କୁ ସବୁ ରାଜ୍ୟରୁ ଏସ୍‌ଆଇସିରେ ମଞ୍ଜୁରୀପ୍ରାପ୍ତ ସହ ଖାଲି ପଦବୀ ଏବଂ ଗଡ଼ୁଥିବା ମାମଲା ସଂଖ୍ୟା ସମ୍ପର୍କିତ ତଥ୍ୟ ସଂଗ୍ରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
କର୍ମୀ ଅଞ୍ଜଳି ଭରଦ୍ୱାଜଙ୍କ ଆବେଦନର ଶୁଣାଣି କରି ସିଜେଆଇ ଚନ୍ଦ୍ରଚୂଡ଼ କହିଥିଲେ, ଝାଡ଼ଖଣ୍ଡ, ତ୍ରିପୁରା ଓ ତେଲଙ୍ଗାନା ଭଳି ରାଜ୍ୟଗୁଡ଼ିକରେ ଏସ୍‌ଆଇସି ଅକାମୀ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୩ ସପ୍ତାହ ମଧ୍ୟରେ ସମସ୍ତ ତଥ୍ୟ ସଂଗ୍ରହ କରି ଦାଖଲ କରିବାକୁ କେନ୍ଦ୍ର ଓ ରାଜ୍ୟକୁ ସିଜେଆଇ ସମୟ ଦେଇଛନ୍ତି। ପ୍ରକାଶ ଯେ, ୨୦୧୯ ଫେବୃୟାରୀ ୧୫ରେ ସୁପ୍ରିମକୋର୍ଟ ନିଜ ରାୟରେ କହିଥିଲେ, କେବଳ ଅମଲାତନ୍ତ୍ରୀଙ୍କୁ ନିଯୁକ୍ତି ନ ଦେଇ ସୂଚନା କମିଶନ ଅଧିକାରୀଙ୍କ ଚୟନ ବେଳେ ସ୍ବଚ୍ଛତା ଅବଲମ୍ବନ ପୂର୍ବକ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିବା ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସାମିଲ କରାଯିବା ଉଚିତ। ଏଥିସହ ଓଡ଼ିଶା, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଗୁଜରାଟ, ନାଗାଲାଣ୍ଡ, ଆନ୍ଧ୍ର ପ୍ରଦେଶ, କେରଳ ଓ କର୍ନାଟକରେ ସୂଚନା କମିଶନ ପଦବୀ ଅବିଳମ୍ବେ ପୂରଣ କରିବାକୁ ସମ୍ପୃକ୍ତ ରାଜ୍ୟଗୁଡ଼ିକର ସରକାରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଞ୍ଜଳି ଖାଲି ପଦବୀ ପୂରଣ ସକାଶେ ସୁପ୍ରିମକୋର୍ଟଙ୍କ ୨୦୧୯ ରାୟର ଅବତାରଣା କରି ଏହାର ଅନୁପାଳନ ହେଉ ନ ଥିବା ନିଜ ଆବେଦନରେ ଜଣାଇଥିଲେ। ଏଥିସହ ଓଡ଼ିଶା ଏସ୍‌ଆଇସିରେ ୧୬,୭୦୩ ମାମଲା ବିଚାରାଧୀନ ଥିବା ମଧ୍ୟ ଦର୍ଶାଇଥିଲେ। ୩ ସପ୍ତାହ ପରେ ଏହାର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri