ପାଣିରେ ଭର୍ତ୍ତି ବିଦ୍ୟାଳୟ ଅଗଣା

ବଇଣ୍ଡା, ୭ା୫(ଡି.ଏନ.ଏ.) କାଳବୈଶାଖୀଜନିତ ବର୍ଷା ପାଣିରେ ଭର୍ତ୍ତି ହୋଇଛି ବିଦ୍ୟାଳୟ ଅଗଣା। ଏହାକୁ ନେଇ ସୃଷ୍ଟି ହୋଇଛି ପୂତ୍ତିଗନ୍ଧମୟ। କୋମଳମତି ପିଲାଙ୍କୁ ସଂକ୍ରମଣଜନିତ ରୋଗ ଆଶଙ୍କା ଦେଖାଦେଇଛି। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଶିଣା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏଭଳି ପରିବେଶ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଠିକ୍‌ ଭାବେ କାମ ହୋଇ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ସେମାନେ କହିଛନ୍ତି। ଅଭିଯୋଗ ଅନୁଯାୟୀ, କିଛିଦିନ ତଳେ ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ କରାଯାଇଛି। ତଦନୁଯାୟୀ ଅଗଣା ଉନ୍ନତୀକରଣ ମଧ୍ୟ ହୋଇଛି। ଏଥିରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଠିକ୍‌ ଭାବେ ପାଣି ନିଷ୍କାସନ ବ୍ୟବସ୍ଥା କରାଯାଇନାହିଁ। ଫଳରେ ବର୍ଷା ହେଲେ ଅଗଣାରେ ପାଣି ଜମିରହୁଛି। ଗୁରୁବାର କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷାରେ ଅନୁରୂପ ସମସ୍ୟା ସୃଷ୍ଟି ହୋଇଛି। ବିଦ୍ୟାଳୟକୁ ଆସିଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ କେତେଜଣ ପଡ଼ି ଆହତ ହୋଇଛନ୍ତି। ଏ ସମ୍ପର୍କରେ କେତେଜଣ ଅଭିଭାବକ ଶୁକ୍ରବାର କିଶୋରନଗର ବ୍ଲକ ଶିକ୍ଷାଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ତୁରନ୍ତ ଏହାର ପ୍ରତିକାର କରିବାକୁ ସେମାନେ ଦାବି କରିଛନ୍ତି। ଏ ନେଇ ବିଇଓ ଦାଶରଥି ଶୁଣ୍ଢି କହିଛନ୍ତି, ସମସ୍ୟା ସମାଧାନ ଉପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri