ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ, ୨୨ା୭: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସିଥିବା ୨୯,୨୪୯ଙ୍କ ମଧ୍ୟରୁ ଲାଇସେନ୍ସ ପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୩ ଜଣ ଶ୍ରମିକ କାର୍ଯ୍ୟ କରୁଛନ୍ତି। ଏହି ସୂଚନା ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ବିଧାନସଭାରେ ବୁଧବାର ଦେଇଛନ୍ତି। ବାସ୍ତବ କ୍ଷେତ୍ରରେ ବାହାର ରାଜ୍ୟ ତଥା ବାଂଲାଦେଶର ଅଣ ପଞ୍ଜୀକୃତ ଶ୍ରମିକ ଓ ଅନୁପ୍ରବେଶକାରୀ କେନ୍ଦ୍ରାପଡ଼ା ଜିଲାରେ ଭର୍ତ୍ତି ହୋଇଯାଇଛନ୍ତି। ଉପାନ୍ତ ଅଞ୍ଚଳ ଏବେ ବଙ୍ଗଭାଷୀଙ୍କ କବଳକୁ ଚାଲି ଯାଇଥିବା ବେଳେ ଜିଲା ସାରା ଅସ୍ତିତ୍ୱ ଦୃଢ଼ୀଭୂତ ହେଉଛି। କର୍ମଚାରୀ ଓ ଭିତ୍ତିଭୂମି ଅଭାବରୁ ଜିଲାରେ ୩ ସାମୁଦ୍ରିକ ଥାନା, ବନ ବିଭାଗ ଓ ତଟରକ୍ଷା ବାହିନୀ ଅନୁପ୍ରବେଶକୁ ରୋକି ପାରୁନି। ସେହିପରି ବାହାର ରାଜ୍ୟରୁ ଆସି ଏଠାରେ ୨୦ ହଜାରରୁ ଅଧିକ ଲୋକ ରହିଥିଲେ ମଧ୍ୟ କୌଣସି ଥାନାରେ ଏ ନେଇ ସୂଚନା ନାହିଁ। ବାହାରୁ ଆସି ଏଠାରେ ରହୁଥିବା ଲୋକଙ୍କ ପରିଚୟ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରିବାକୁ ଜିଲାରେ ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।
ଏ ସମ୍ପର୍କରେ ମହାକାଳପଡ଼ାର ସାମାଜିକ କର୍ମୀ ସୁନୀଲ କୁମାର ଗନ୍ତାୟତ, ପଟ୍ଟାମୁଣ୍ଡାଇର ପ୍ରତାପ ଚନ୍ଦ୍ର ପାଢ଼ୀ, କଳ୍ପତରୁ ସାମନ୍ତରାୟ, କେନ୍ଦ୍ରାପଡ଼ାର ବୁଦ୍ଧିଜୀବୀ ସୁଶାନ୍ତ ନାୟକ, ଚିତ୍ତରଞ୍ଜନ ସାହୁ କହିଛନ୍ତି, ୪୮ କିଲୋମିଟର ତଟାଞ୍ଚଳରେ କେନ୍ଦ୍ରାପଡ଼ା ଜିଲାର ଜମ୍ବୁ, ତାଳଚୁଆ ଓ ତନ୍ତିଆପାଳଠାରେ ସାମୁଦ୍ରିକ ଥାନା ପ୍ରତିଷ୍ଠା ହୋଇଛି। ଅନୁପ୍ରବେଶ ରୋକିବା ସହ ସ୍ଥାନୀୟ ଅଞ୍ଚଳର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା ସହ କାର୍ଯ୍ୟାନୁଷ୍ଠାନ କରିବା ଏହାର ଲକ୍ଷ୍ୟ ଥିଲା। ତେବେ ଥାନା ପ୍ରତିଷ୍ଠାର ଦୀର୍ଘଦିନ ବିତିବା ସତ୍ତ୍ୱେ ବିଭିନ୍ନ କାରଣରୁ ଏହାର ପରିଚାଳନାରେ ତ୍ରୁଟି ହେଉଛି। ଏହି ଥାନାଗୁଡିକର ଅଞ୍ଚଳ ବଙ୍ଗଭାଷୀ ଅଧ୍ୟୁଷିତ ହୋଇଥିବା ବେଳେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଅବାଧ ପ୍ରବେଶ ଜାରି ରହିଛି। କର୍ମଚାରୀ ସମେତ ଭିତ୍ତିଭୂମି ଅଭାବ ମଧ୍ୟରେ ଏହି ୩ ସାମୁଦ୍ରିକ ଥାନା ନିଜର ଅସ୍ତିତ୍ୱ ଖୋଜୁଛି। ଏହି ୩ ସାମୁଦ୍ରିକ ଥାନା ମଧ୍ୟରେ ଜମ୍ବୁ ଥାନା ବୋଟ ଜେଟିଠାରୁ ଅନୂ୍ୟନ ୫ କିଲୋମିଟର ଦୂରରେ ଅଛି। ଥାନା ନିକଟକୁ ବର୍ଷାଦିନେ ଦୁଇଚକିଆ ଗାଡି ଯିବା ଅସମ୍ଭବ ହୋଇପଡୁଛି। ସେହିପରି ସମୁଦ୍ର ପଥ ନଜର ପାଇଁ ଆବଶ୍ୟକ ସ୍ପିଡ୍‌ ବୋଟ ଓ କର୍ମଚାରୀ ଅଭାବ ରହିଛି। ପ୍ରତ୍ୟେକ ଥାନାରେ ୮୧ ଜଣ କର୍ମଚାରୀ ରହିବାକୁ ନିୟମ ଅଛି। ତେବେ ୩ ଥାନାରେ ମାତ୍ର ୪୨ ପୋଲିସ କର୍ମଚାରୀ ଅଛନ୍ତି। ନାଭାଲ ଅଫିସର, ବୋଟ ଚାଳକ ସହ ସ୍ପିଡ୍‌ ବୋଟର ଅଭାବ ରହିଛି। ସେହିପରି ଜେଟିରେ ଯାଞ୍ଚ ବ୍ୟବସ୍ଥା ହେବ ବୋଲି ପୂର୍ବତନ ଜିଲାପାଳ ରେଘୁ ଜୀ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଅଦ୍ୟାବଧି କାର୍ଯ୍ୟକାରୀ ହୋଇନାହିଁ। ଅପରପକ୍ଷେ ଖୋଲାମେଲା ସମୁଦ୍ର ତଟ ଅନୁପ୍ରବେଶକାରୀଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି। ରାତି ଅନ୍ଧାରରେ ସମୁଦ୍ର ମଧ୍ୟ ଦେଇ ଅନୁପ୍ରବେଶକାରୀ ଏଠାକୁ ଆସୁଥିବା ବେଳେ ଦେଶର ସୁରକ୍ଷା ପାଇଁ ଏବେ ଏହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ସେହିପରି ବାହାର ରାଜ୍ୟର ବିଭିନ୍ନ ଫେରି ବ୍ୟବସାୟୀ ଘରଭଡା ନେଇ ରହୁଛନ୍ତି। କିଛିଦିନ ମଧ୍ୟରେ ଏଠାକାର ଅଭାବ ପରୀକ୍ଷା କରି ମହିଳା ଚାଲାଣ, ଅପରାଧଭିତ୍ତିକ କାର୍ଯ୍ୟ ଆଦି କରୁଛନ୍ତି। ଗତ ୧୦ବର୍ଷ ମଧ୍ୟରେ ଫେରି ବ୍ୟବସାୟୀଙ୍କ ଆପରାଧିକ କାର୍ଯ୍ୟକଳାପ ବଢ଼ି ଚାଲିଛି। ଘର ମାଲିକ ଟଙ୍କା ଲୋଭରେ ଘରଭଡ଼ା ଦେଉଥିବା ବେଳେ ପରିଚୟ ସମ୍ପର୍କରେ ନିକଟସ୍ଥ ଥାନାକୁ ଜଣାଉନାହାନ୍ତି। ବାହାର ଲୋକଙ୍କ ପରିଚୟ ଯାଞ୍ଚ କଡାକଡି କରିବାକୁ ମତଦାତାମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା କହିଛନ୍ତି, କର୍ମଚାରୀ ଓ ଭିତ୍ତିଭୂମିର ଅଭାବ ଅଛି। ଚଳିତ ଆର୍ଥିକ ବର୍ଷରେ ସାମୁଦ୍ରିକ ଥାନା କର୍ମଚାରୀଙ୍କ ସଂଖ୍ୟା ବଢ଼ାଯାଇଛି। ଖାଲିଥିବା ପଦବୀ ଓ ଆବଶ୍ୟକ ସ୍ପିଡ୍‌ ବୋଟ ଯୋଗାଣ ପାଇଁ ଯୋଜନା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?