ଫିଲିଙ୍ଗ ଷ୍ଟେଶନ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୮: ସ୍ମାର୍ଟସିଟି ଭୁବନେଶ୍ୱରର ଖାଦ୍ୟପ୍ରିୟ ଲୋକଙ୍କ ପାଇଁ ଖାରବେଳ ନଗରଠାରେ ଏକ ନୂଆ ମଲଟି କ୍ୟୁଜେନ ରେଷ୍ଟୁରାଣ୍ଟ (ରେସ୍ତୋରାଁ) ଫିଲିଙ୍ଗ ଷ୍ଟେଶନ୍‌ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ସମେତ ୱାର୍ଡ ନମ୍ବର ୩୫ର କର୍ପୋରେଟର ରଞ୍ଜୁଲତା ରାୟ ଏବଂ ୱାର୍ଡ ନମ୍ବର ୪୧ର କର୍ପୋରେଟର କବିତା ସ୍ବାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏ ସମ୍ପର୍କରେ ଫିଲିଙ୍ଗ ଷ୍ଟେଶନ୍‌ର ମ୍ୟାନେଜିଂ ଡାଇରେକ୍ଟର ଆଦିତ୍ୟ ପାଢ଼ୀ କହିଛନ୍ତି, ସହରର କୌଣସି ସ୍ଥାନରୁ ଜଣେ ଗ୍ରାହକ ସୁବିଧାରେ ଯାତାୟାତ କରି ଏହି ରେସ୍ତୋରାଁରେ ଖାଦ୍ୟ ଗ୍ରହଣ କରି ପାରିବେ। ଏପରିକି ଏହି ରେସ୍ତୋରାଁର ଖାଦ୍ୟ ପରଷିବା ଶୈଳୀ ସମସ୍ତ ଗ୍ରାହକଙ୍କୁ ଆକୃଷ୍ଟ କରିବ। ବିଶେଷ କରି ଏଠାରେ ଉଭୟ ଇଣ୍ଡିଆନ ଏବଂ ଚାଇନିଜ୍‌ ସହିତ ତନ୍ଦୁର ଇତ୍ୟାଦି ପ୍ରସ୍ତୁତି ଖାଦ୍ୟ ଥାଳି ଗ୍ରାହକ ସୁଲଭ ମୂଲ୍ୟରେ ପାଇପାରିବେ। ସେହିଭଳି ସ୍ବାସ୍ଥ୍ୟ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦେଇ ଖାଦ୍ୟ ପ୍ରସ୍ତୁତ ହେଉଥିବା ବେଳେ ନୂଆ ନାଁ ସାଙ୍ଗକୁ ନିଆରା ଢଙ୍ଗରେ ଖାଦ୍ୟ ପରଷୁଥିବା ରେସ୍ତୋରାଁ ଫିଲିଙ୍ଗ ଷ୍ଟେଶନ୍‌ ଗ୍ରାହକଙ୍କ ପ୍ରଥମ ପସନ୍ଦ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?