କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା ଅଞ୍ଚଳର ବାପି ଡେବିଟ୍‌। ଅପରାହ୍ନରେ ସେ କ୍ରିକେଟ୍‌ ଖେଳୁଥିବାବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସାଲାଗି ତାଙ୍କୁ ଟିଟିଲାଗଡ଼ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ନିର୍ଦ୍ଦେଶନାରେ ଓଡ଼ିଆ ଚଳଚ୍ଚିତ୍ର କଟକ ୱେଡ୍ସ ସମ୍ବଲପୁର ନିର୍ମାଣ କରାଯାଇଥିଲା। ଏଥିସହ ସେ ଅନେକ କ୍ଷୁଦ୍ର ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 

Share