ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି।

ଖବର ପାଇ ଭରତପୁର ପୋଲିସ ପହଞ୍ଚି ମୂରଲୀଧରନ୍‌ଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ମୂରଲୀଧରନଙ୍କୁ କେହି ଯୋଜନାବଦ୍ଧ ଭାବେ ହତ୍ୟା କରିଛନ୍ତି ନା ହୃଦ୍‌ଘାତରୁ ତାଙ୍କର ମୃତ୍ୟୁ ଘଟିଛି, ସେନେଇ ପୋଲିସ ହୋଟେଲର ସିସିଟିଭି ଫୁଟେଜ ଯାଞ୍ଚ ସହ କର୍ମଚାରୀଙ୍କୁ ପଚରାଉଚରା କରୁଛି। ସେହିପରି ମୂରଲୀଧରନଙ୍କ ପରିବାର ସଦସ୍ୟଙ୍କୁ ଡାକି ତାଙ୍କର କେହି ଶତ୍ରୁ ରହିଥିଲେ କି ନାହିଁ ସେ ସମ୍ପର୍କରେ ଖୋଳତାଡ଼ କରୁଛି। ହୋଟେଲ ରୁମ୍‌ରୁ ସନ୍ଦେହଜନକ ଅବସ୍ଥାରେ ମୂରଲୀଧରନଙ୍କ ମୃତଦେହ ମିଳିବା ପରେ ସାଧାରଣରେ ବିଭିନ୍ନ ପ୍ରଶ୍ନ ଉଠିଛି।

ପୋଲିସ କହିଛି, ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ମୂରଲୀଧରନ କଳିଙ୍ଗବିହାରସ୍ଥିତ ଏକ ହୋଟେଲରେ ରହୁଥିଲେ। ସୋମବାର ଅପରାହ୍ନରେ ସେ ଖାଇବା ଅର୍ଡର ନ କରିବାରୁ ହୋଟେଲ କର୍ମଚାରୀ ତାଙ୍କୁ ଡାକିବାକୁ ଯାଇଥିଲେ। କବାଟ ବାଡ଼େଇବା ସତ୍ତ୍ୱେ ସେ ଖୋଲି ନ ଥିଲେ। ଏ ନେଇ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି କବାଟ ଭାଙ୍ଗିବା ପରେ ସେ ତଳେ ପଡ଼ିଥିବା ଦେଖି ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷରେ ମୂରଲୀଧରନ ଅନେକ ତାମିଲ ଫିଲ୍ମ ସମେତ ‘ଛାତି ଚିରିଦେଲେ ତୁ’, ‘ନେଇଯାରେ ମେଘ ମତେ’, ‘ଆକାଶେ କି ରଙ୍ଗ ଲାଗିଲା’, ‘ତୋ ଆଖିରେ ମୁଁ’, ‘ନୂଆ ନୂଆ ପ୍ରେମରେ’, ‘ମୁଁ ଆଶିକ ମୁଁ ଆୱାରା’ ଆଦି ଓଡ଼ିଆ ଚଳଚ୍ଚିତ୍ରରେ କାମ କରି ଉଭୟ ଚଳଚ୍ଚିତ୍ର ଜଗତରେ ନିଜର ସ୍ବତନ୍ତ୍ର ପରିଚୟ ଗଢ଼ିଥିଲେ।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ, ଗାଁରେ ଶୋକାକୁଳ

ଯାଜପୁର,୧୧।୮: ଦୀପାବଳିର ଆଲୋକରେ ସାରା ଦୁନିଆ ଝଲସୁଥିବା ବେଳେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଅଞ୍ଚଳରେ ଘଟିଛି ଏକ ଛାତିଥରା ଘଟଣା। ଏହା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି।…

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?