ଲକ୍‌ଡାଉନ୍‌ ପରେ ନ୍ୟୁଜିଲାଣ୍ଡ୍‌ରେ ଖୋଲିବ ଫିଲ୍ମ ହଲ୍‌: ପ୍ରଥମେ ରିଲିଜ୍‌ ହେବ ଅଜୟ ଦେବଗନ୍‌ଙ୍କ ଏହି ଫିଲ୍ମ

ମୁମ୍ବାଇ : କରୋନା ଭାଇରସ୍‌ ଯୋଗୁ ନ୍ୟୁଜିଲାଣ୍ଡ୍‌ରେ ଫିଲ୍ମ ହଲ୍‌ ବନ୍ଦ ରହିଥିଲା। ଏବେ ଏହି ଦେଶ ଧୀରେ ଧୀରେ କରୋନା ମୁକ୍ତ ହେବାରେ ଲାଗିଛି। ଏହି ସମୟରେ ନ୍ୟୁଜିଲାଣ୍ଡ୍‌ରୁ ଭାରତୀୟ ଫିଲ୍ମ ପାଇଁ ଖୁସି ଖବର ଆସିଛି। ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ଫିଲ୍ମ ‘ଗୋଲ୍‌ମାଲ ଏଗେନ୍‌’ ଲକ୍‌ଡାଉନ୍‌ ପରେ ନ୍ୟୁଜିଲାଣ୍ଡ୍‌ର ହଲ୍‌ରେ ରିଲିଜ ହେବ। ଯାହା ପ୍ରଥମ ଫିଲ୍ମ ଭାବେ ରିଲିଜ ହେବାକୁ ଯାଉଛି। ଫିଲ୍ମଟି ଦର୍ଶକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବ। ଏ ସମ୍ପର୍କରେ ଫିଲ୍ମ ପ୍ରସ୍ତୁତକର୍ତ୍ତା କମ୍ପାନୀ ରିଲାଏନ୍ସ ଏଣ୍ଟରଟେନ୍‌ମେଣ୍ଟ୍‌ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରି ଜଣାଇଛି। ଫିଲ୍ମ ‘ଗୋଲ୍‌ମାଲ ଏଗେନ୍‌’ ରୋହିତ୍‌ ସେଟ୍ଟୀଙ୍କ ଫ୍ରାଞ୍ଚାଇଜ୍‌ର ୪ର୍ଥ ଫିଲ୍ମ ଅଟେ। ଯାହାକି ୨୦୧୭ରେ ରିଲିଜ୍‌ ହୋଇଥିଲା। ଏହି ଫିଲ୍ମରେ ଅଜୟ ଦେବଗନ, ଅରଶଦ ଓ୍ବାର୍‌ସୀ, ଶ୍ରେୟସ୍‌ ତଲପଡେ, କୁଣାଳ ଖେମୁ, ତୁଷାର କପୁର, ପରିଣୀତି ଚୋପ୍ରା ଏବଂ ତବୁଙ୍କ ପରି ନାମୀଦାମୀ କଳାକାର ଅଭିନୟ କରିଥିଲେ। ରିଲିଜ୍‌ ହେବା ପରଠାରୁ ଆଜିପର୍ଯ୍ୟନ୍ତ ଏହି ଫିଲ୍ମ ସମଗ୍ର ବିଶ୍ୱରେ ୩ ଶହ କୋଟି ଟଙ୍କାରୁ ଅଧିକ ବ୍ୟବସାୟ କରିଛି। କରୋନା ଭାଇରସ୍‌ରୁ ଟିକେ ନିସ୍ତାର ମିଳିବା ପରେ ନ୍ୟୁଜିଲାଣ୍ଡ୍‌ ଫିଲ୍ମ ହଲ୍‌ରେ ଏହା ପ୍ରଥମ ଫିଲ୍ମ ଭାବେ ରିଲିଜ୍‌ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri